ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ଣ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ। ଏଥିରେ ସେ କରୋନା ସଂପର୍କରେ ରାଜ୍ୟବାସୀଙ୍କୁ କିଛି ପରାମର୍ଶ ଦେଇପାରନ୍ତି ବୋଲି କୁହାଯାଉଛି।
ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୪ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୨, କଳାହାଣ୍ଡିରୁ ୧୦୮, ବରଗଡ଼ରୁ ୮୪, ନୂଆପଡ଼ା ୮୨ ଓ ସମ୍ବଲପୁର ଜିଲ୍ଲାରୁ ୮୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଗତକାଲି ପ୍ରଧାନମନ୍ତ୍ରୀ କରିଥିଲେ ବୈଠକ
ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲି ପୁଣିଥରେ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚ୍ୟୁଆଲ ବୈଠକ କରିଥିଲେ। ଏହି ବୈଠକରେ କରୋନା ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ୩୦୦ କୋଟି ଟଙ୍କା ମାଗିଥିଲେ। କୋଭିଡ୍ ପରିଚାଳନା ପାଇଁ ଓଡ଼ିଶା କେନ୍ଦ୍ର ସରକାରକୁ ୪୦୦ କୋଟି ଟଙ୍କା ମାଗିଥିଲା। କିନ୍ତୁ ଏପର୍ଯ୍ୟନ୍ତ ରାଜ୍ୟକୁ ମାତ୍ର ୧୪୬ କୋଟି ଟଙ୍କା ମିଳିଥିବା ମୁଖ୍ୟମନ୍ତ୍ରୀ କହିଥିଲେ।
ଗତକାଲି ବୈଠକରେ ପ୍ରଧାନମନ୍ତ୍ରୀ ଟେଷ୍ଟିଂ ଉପରେ ଗୁରୁତ୍ୱ ଦେଇଥିଲେ। ତା’ସହିତ ମାଇକ୍ରୋ କଣ୍ଟେନ୍ମେଣ୍ଟ୍ ଜୋନ୍ ଉପରେ ଗୁରୁତ୍ୱ ଦେଇଥିଲେ। ସେହିଭଳି ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଦେଶରେ ଟିକା ଉତ୍ସବ ପାଳନ କରିବାକୁ ପରାମର୍ଶ ଦେଇଥିଲେ।
The post ୪ଟାରେ କ’ଣ କହିବେ ମୁଖ୍ୟମନ୍ତ୍ରୀ? appeared first on Odisha Reporter.
from Odisha Reporter https://ift.tt/39Z3JZE
No comments:
Post a Comment