ହାଇଦର ଫେରାର ଘଟଣାରେ ୬ ପୁଲିସ୍ କର୍ମଚାରୀ ସସ୍‌ପେଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 11, 2021

ହାଇଦର ଫେରାର ଘଟଣାରେ ୬ ପୁଲିସ୍ କର୍ମଚାରୀ ସସ୍‌ପେଣ୍ଡ

ସମ୍ବଲପୁର/ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ। ତା’ ଉପରେ ନଜର ରଖିବା ପାଇଁ ନିୟୋଜିତ ହୋଇଥିବା ୬ ପୁଲିସ୍‌ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସ୍‌ପି।

ଏସ୍‌ପିଙ୍କ ସୂଚନା ଅନୁଯାୟୀ, ବିଭାଗୀୟ ତଦନ୍ତ ପରେ ଜଣେ ହାବିଲଦାର ଓ ୫ କନଷ୍ଟେବଲଙ୍କୁ ନିଲମ୍ବନ କରାଯାଇଛି।

ନିଲମ୍ବିତ ହୋଇଥିବା ହାବିଲଦାରଙ୍କ ନାଁ ରମେଶ ଚନ୍ଦ୍ର ଦେହୁରୀ। ସେହିପରି ନିଲମ୍ବିତ ହୋଇଥିବା ୫ କନଷ୍ଟେବଲ ହେଉଛନ୍ତି- ବୁଲ୍‌ବୁଲ୍‌ ସାହୁ, ଦୀପକ ସାହୁ, ମହମ୍ମଦ ମୌସିମ୍, ଉମାକାନ୍ତ ବେହେରା ଓ ସୁଧାଂଶୁ ମାଝୀ।

ଗ୍ୟାଙ୍ଗଷ୍ଟର ହାଇଦର SCBରୁ ଫେରାର ଘଟଣାରେ ଡିଜିପିଙ୍କ ଅଧ୍ୟକ୍ଷତାରେ ଆଜି ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏହି ବୈଠକ ପରେ କ୍ରାଇମବ୍ରାଞ୍ଚ ଏଡିଜି କହିଥିଲେ, ରାଜ୍ୟର ସମସ୍ତ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ନଜର ରଖାଯାଇଛି। ସବୁ ଜିଲ୍ଲାର ଏସ୍‌ପିଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଷ୍ଟେସନ, ବିମାନ ବନ୍ଦର ଓ ବସ୍‌ଷ୍ଟାଣ୍ଡ ଉପରେ ବି ନଜର ରଖାଯାଇଛି। ୫ରୁ ୬ଟି ଟିମ୍ ଗଠନ କରାଯାଇଛି। ସିସିଟିଭି ଫୁଟେଜ ଦେଖୁଛୁ। ଖୁବଶୀଘ୍ର ହାଇଦରକୁ ଗିରଫ କରାଯିବ।

ସେହିପରି ଏହି ବୈଠକ ପରେ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଥିଲେ, ସର୍ଭେଲାନ୍ସକୁ କଡ଼ାକଡ଼ି କରାଯାଇଛି। ଯଥାଶୀଘ୍ର ହାଇଦରକୁ ଗିରଫ କରିବାକୁ ପ୍ରକ୍ରିୟା ଜାରି ରହିଛି।

ସୂଚନାଯୋଗ୍ୟ, କଟକ ବଡ଼ ଡାକ୍ତରଖାନାରେ ହାଇଦର ଚିକିତ୍ସାଧୀନ ଥିଲା। କିନ୍ତୁ ଗତକାଲି ସନ୍ଧ୍ୟାରେ ସେ ସେଠାରୁ ଫେରାର ହୋଇଯାଇଛି। ୨୦୦୫ରେ ଭୁବନେଶ୍ୱର ଷ୍ଟୁଆର୍ଟ ସ୍କୁଲ ନିକଟରେ ଗ୍ୟାଙ୍ଗଷ୍ଟର ସେକ୍‌ ସୁଲେମାନର ଭାଇ ସେକ୍‌ ଚୁନା ଓରଫ ମାଲିକ ହନନ୍‌କୁ ହତ୍ୟା ଘଟଣାରେ ହାଇଦର ସମେତ ଅନ୍ୟ ସାତଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ। କୋର୍ଟ ସେମାନଙ୍କୁ ୨୦୧୧ରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ପରେ ୨୦୧୪ରେ ହାଇଦର ପାରୋଲରେ ଆସିଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଖଣି ମାଲିକ ରଶ୍ମୀ ରଞ୍ଜନ ମହାପାତ୍ରଙ୍କୁ ଅପହରଣ ଓ ହତ୍ୟା ମାମଲାରେ ହାଇଦର୍‌ର ସମ୍ପୃକ୍ତି ସାମ୍ନାକୁ ଆସିବା ପରେ ପୁଲିସ ତାକୁ ଗିରଫ କରିଥିଲା।

୨୦୧୫ରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜ୍‌ କୋର୍ଟ ଏହି ୨ଟି ମାମଲାରେ ହାଇଦରକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ। ଏହାପରେ ସେ ଝାରପଡା ଜେଲ୍‌ରେ ସଜା କାଟୁଥିଲା। ପରେ ୨୦୧୭ରେ ହାଇଦରକୁ ସମ୍ବଲପୁର ସର୍କଲ ଜେଲ୍‌କୁ ପଠାଇ ଦିଆଯାଇଥିଲା। ତେବେ କିଛି ଦିନ ପୂର୍ବେ ସେ ଅସୁସ୍ଥ ହୋଇପଡ଼ିଥିଲା। ତେଣୁ ତାକୁ ବୁର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଭଲ ‌ନହେବାରୁ ତାକୁ କଟକ ଏସ୍‌ସିବିକୁ ସ୍ଥାନାନ୍ତରିତ କରାଯାଇଥିଲା। 

The post ହାଇଦର ଫେରାର ଘଟଣାରେ ୬ ପୁଲିସ୍ କର୍ମଚାରୀ ସସ୍‌ପେଣ୍ଡ appeared first on Odisha Reporter.



from Odisha Reporter https://ift.tt/3s3zVBj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages