ମା’ ହିଙ୍ଗୁଳା ମନ୍ଦିରକୁ ଏମ୍‌ସିଏଲ୍‌ ଦେବ ୯.୩୨ କୋଟି ଟଙ୍କା, କେନ୍ଦ୍ର ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 25, 2021

ମା’ ହିଙ୍ଗୁଳା ମନ୍ଦିରକୁ ଏମ୍‌ସିଏଲ୍‌ ଦେବ ୯.୩୨ କୋଟି ଟଙ୍କା, କେନ୍ଦ୍ର ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅନୁଗୋଳ ଜିଲ୍ଲା ତାଳଚେରର ଗୋପାଳପ୍ରସାଦ ସ୍ଥିତ ମା’ ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ତ୍ୱରାନିତ କରିବା ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ (ଏମ୍‌ସିଏଲ୍‌) ବୋର୍ଡ ସିଏସଆର୍ ପାଣ୍ଠିରୁ ୯. ୩୨ କୋଟି ଟଙ୍କା ପ୍ରଦାନ କରିବାକୁ ଅନୁମୋଦନ ଦେଇଛି। ଏଥିପାଇଁ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଗତ ଜାନୁଆରୀ ୧୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଥିଲେ। ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ପ୍ରସ୍ତାବ ଅନୁସାରେ ହିଙ୍ଗୁଳା ମନ୍ଦିର ସମ୍ମୁଖରେ ମୁଖଶାଳା ଓ ଯଜ୍ଞଶାଳାର ନିର୍ମାଣ କାର୍ଯ୍ୟ ପାଇଁ ଏମସିଏଲର ସିଏସଆର ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ସେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଅନୁରୋଧ କରିଥିଲେ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଲେଖିଥିବା ଚିଠି

ଏହାର ଜବାବରେ ଏପ୍ରିଲ ୨୨ ତାରିଖରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଯୋଶୀ ଚିଠି ଲେଖି ଶ୍ରୀ ପ୍ରଧାନଙ୍କୁ ଜଣାଇଥିଲେ ଯେ ସ୍ଥାନୀୟ ଲୋକଙ୍କୁ ଉପକୃତ କରିବାକୁ ତଥା ଉକ୍ତ ଅଞ୍ଚଳରେ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବାକୁ ଏମ୍‌ସିଏଲ୍‌ ବୋର୍ଡ ତାର ସିଏସ୍‌ଆର୍‌ ପାଣ୍ଠିରୁ ୯.୩୨ କୋଟି ଟଙ୍କା ମା’ ହିଙ୍ଗୁଳା ମନ୍ଦିରକୁ ଦେବାକୁ ଅନୁମତି ଦେଇଛି।

The post ମା’ ହିଙ୍ଗୁଳା ମନ୍ଦିରକୁ ଏମ୍‌ସିଏଲ୍‌ ଦେବ ୯.୩୨ କୋଟି ଟଙ୍କା, କେନ୍ଦ୍ର ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର appeared first on Odisha Reporter.



from Odisha Reporter https://ift.tt/2PjgpmO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages