ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି ମହାମାରୀ ଭୟ। ରାଜ୍ୟରେ ପଜିଟିଭ ସଂଖ୍ୟା ଏବେ ୫୦୦ ମୁହାଁ ହୋଇଥିବା ବେଳେ ଏହାକୁ ଆୟତ୍ତ କରିବାକୁ ପୁଣି ଥରେ ଆରମ୍ଭ ହେଲା କଣ୍ଟେନମେଣ୍ଟ ଜୋନ୍ । କଳାହାଣ୍ଡି ଜିଲ୍ଲା ବୃନ୍ଦାବାହାଳ ପଞ୍ଚାୟତ ଲିମସେର ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିବା ବେଳେ ଫୁଲବାଣୀ ପୌରାଞ୍ଚଳର ୨ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ଫଳରେ ଏହି ଅଞ୍ଚଳବାସୀଙ୍କ ବାହାରକୁ ଯାତାୟତ ଉପରେ କଟକଣା ଲାଗୁ କରାଯାଇଛି।
କଳାହାଣ୍ଡି ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ବୃନ୍ଦାବାହାଳ ପଞ୍ଚାୟତ ଲିମସେର ଗାଁର ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସ୍ୱାସ୍ଥ୍ୟ ବିଭାଗ ସୂଚନା ଆଧାରରେ ସମ୍ପୃକ୍ତ ଗାଁକୁ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି ସରପଞ୍ଚ। ଆଜିଠୁ ଲାଗୁ ହୋଇଥିବା କଟକଣା ୮ ତାରିଖ ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ ବୋଲି ଘୋଷଣା କରିଛନ୍ତି ସରପଞ୍ଚ।
ଏଥିସହ ଫୁଲବାଣୀ ପୌରାଞ୍ଚଳର ୨ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଡାକପାଲର ସ୍କୁଲ ସାହିରୁ ୮ ପଜିଟିଭ ଓ ୫ ନଂ ୱାର୍ଡର ଗୋଟିଏ ଘରୁ ଜଣେ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହାପରେ ୨ ନମ୍ବର ୱାର୍ଡ ଡାକପାଲର ସ୍କୁଲ ସାହି ଓ ୫ ନଂ ୱାର୍ଡର ୫ଟି ଘରକୁ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା। ଏହି ଜିଲ୍ଲାରୁ ସର୍ବାଧିକ ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡି ଜିଲ୍ଲାରୁ ୨୯ ଚିହ୍ନଟ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
The post ଫେରିଲା କଣ୍ଟେନମେଣ୍ଟ ଜୋନ୍, ୩ଟି ଜାଗାରେ ଲାଗୁ ହେଲା କଟକଣା appeared first on Odisha Reporter.
from Odisha Reporter https://ift.tt/2PuuONb
No comments:
Post a Comment