ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୯୭ରେ ପହଞ୍ଚିଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରେ ୯ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ ଆଖି ବୁଜି ଥିବା ବେଳେ କେନ୍ଦୁଝରରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ଭଦ୍ରକ, କଟକ ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ସର୍ବାଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି। ଦିନକରେ ୬୫୯୯ଟି କରୋନାର ନୂଆ ମାମଲା ସାମନାକୁ ଆସିଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୩୮୨୭ ଓ ୨୭୭୨ଟି ଲୋକାଲ୍ କେସ୍ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟୁଇଟ୍ କରି ସୂଚନା ଦେଇଛି।
ତେବେ ସବୁଠୁ ଆଗରେ ରହିଛି ଖୋର୍ଦ୍ଧା । ଏହି ଜିଲ୍ଲାରୁ ଗତ ୨୪ ଘଣ୍ଟାରେ ସର୍ବାଧିକ ୯୫୮ଟି ନୂଆ ମାମଲା ସାମ୍ନାକୁ ଆସିଛି।
The post ରାଜ୍ୟରେ କରୋନା ନେଲା ୯ ଜୀବନ, ୨ ହଜାର ମୁହାଁ ମୃତ୍ୟୁ ସଂଖ୍ୟା appeared first on Odisha Reporter.
from Odisha Reporter https://ift.tt/3sXK96M
No comments:
Post a Comment