ଆଜିଠୁ ଟିକା ଉତ୍ସବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 10, 2021

ଆଜିଠୁ ଟିକା ଉତ୍ସବ

ନୂଆଦିଲ୍ଲୀ: ମହାମାରୀ କରୋନାକୁ ମାତ୍‌ ଦେବା ପାଇଁ ଆଜିଠାରୁ ଆରମ୍ଭ ହୋଇଛି ଟିକା ଉତ୍ସବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ  ଆସନ୍ତା ୧୪ ତାରିଖ ଯାଏଁ ସାରା ଦେଶରେ ଟିକା ଉତ୍ସବ ପାଳନ ହେବ। କରୋନା ନିୟନ୍ତ୍ରଣ ପାଇଁ ସାରା ଦେଶରେ ଟିକା ଉତ୍ସବର ଆୟୋଜନ କରାଯାଇଛି । ମହାନ ସମାଜ ସଂସ୍କାରକ ଜ୍ୟୋତିବା ଫୁଲେଙ୍କ  ଜୟନ୍ତୀରୁ ଏହି ଟିକା ଉତ୍ସବ ଆରମ୍ଭ ହୋଇ ବାବା ସାହେବ ଆମ୍ବେଦକରଙ୍କ ଜୟନ୍ତୀରେ ଶେଷ ହେବ।

ଯୋଗ୍ୟ ବିବେଚିତ ଲୋକମାନଙ୍କୁ କିଭଳି ଅଧିକରୁ ଅଧିକ ଟିକାକରଣ ପ୍ରକ୍ରିୟାରେ ସାମିଲ କରାଯାଇପାରିବ ସେ ନେଇ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି।  ଏହା ସହ ଟିକାର ଶୂନ୍ୟ ଅପଚୟକୁ ମଧ୍ୟ ଧ୍ୟାନ ଦେବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ଟିକା ନେଲା ପରେ ବି ମାସ୍କ ପିନ୍ଧନ୍ତୁ, ଅବହେଳା କରନ୍ତୁ ନାହିଁ।  ରାଜ୍ୟପାଳଙ୍କ ଜରିଆରେ ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ ଏକାଠି କରାଯାଇ ସଚେତନତା ସୃଷ୍ଟି କରାଯାଉ ବୋଲି ମୋଦି ଗୁରୁତ୍ୱ ଦେଇଛନ୍ତି।

ଦେଶରେ ଏବେ କରୋନାର ଦ୍ୱିତୀୟ ଲହରି ଜାରି ରାହିଛି। ଏହି ମହାମାରୀର ସ୍ଥିତି ଯେଉଁଭଳି ଭାବେ ଦେଶରେ କଠିନ ପରିସ୍ଥିତି ସୃଷ୍ଟି କରୁଛି ସେଥିପାଇଁ ଆମକୁ ସତର୍କ ରହିବାକୁ ପଡ଼ିବ ବୋଲି ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ଏଥିସହ ଏହି ଉତ୍ସବରେ ଯୋଗଦେବାକୁ ଜନସାଧାରଣଙ୍କୁ ଅପିଲ୍ କରାଯାଇଛି ।

ଗତ ଗୁରୁବାର ଦିନ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଉତ୍ସବର ଆୟୋଜନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ଅନୁରୋଧ କରିଥିଲେ।

ସୂଚନାଯୋଗ୍ୟ ଯେ ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ଉଗ୍ର ରୂପ ନେଇଛି। ଗତ କିଛି ଦିନ ହେବ ଦୈନିକ ସଂକ୍ରମଣ ଲକ୍ଷେ ଟପିଛି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ଧୀରେ ଧୀରେ ବଢ଼ୁଛି। ମହାରାଷ୍ଟ୍ରରୁ ସବୁଠାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ସେହିପରି ଅନ୍ୟ ରାଜ୍ୟ ଗୁଡିକରେ ମଧ୍ୟ କରୋନା ଆକ୍ରନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେତେକ ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ସହ ସାପ୍ତାହିକ ଲକଡାଉନ୍‌ ଲାଗୁ କରାଯାଇଛି।

The post ଆଜିଠୁ ଟିକା ଉତ୍ସବ appeared first on Odisha Reporter.



from Odisha Reporter https://ift.tt/2QifOBV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages