ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାର ତାଣ୍ଡବ ଲାଗି ରହିଛି। ଆଜି ସର୍ବାଧିକ ୧୦ ହଜାର ଉପରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ କରୋନାରେ ଆଜି ୧୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ଼ରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବୌଦ୍ଧ, କଳାହାଣ୍ଡି, କୋରାପୁଟ, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨,୦ ୫୪କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ଦିନକରେ ୧୦,୪୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଗକୁ ପରିସ୍ଥିତି ଅସମ୍ଭାଳ ହେବା ନେଇ ଆଶଙ୍କା ପ୍ରକାଶ ପାଇଲାଣି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୦୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ କଟକରୁ ୮୨୮, ପୁରୀରୁ ୫୩୩ ଓ ବରଗଡ଼ରୁ ୫୧୧ ପଜିଟିଭ ଚିହ୍ନଟ ହୋଇଛନ୍ତି।
The post କରୋନାରେ ଆଖି ବୁଜିଲେ ୧୧ ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪ appeared first on Odisha Reporter.
from Odisha Reporter https://ift.tt/2PCd56s
No comments:
Post a Comment