ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ଦିନ ୧୧ଟା ୧୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ଉପରାଷ୍ଟ୍ରପତି। ଏହାପରେ ସେଠାରୁ ରାଜଭବନ ଯାଇ ମଧ୍ୟାହ୍ନ ଭୋଜନ ଗ୍ରହଣ କରିବେ।
ଏହାପରେ ଅପରାହ୍ନରେ କଟକ ଶାରଳା ଭବନ ଯାଇ କାର୍ଯ୍ୟକ୍ରମରେ ଯୋଗ ଦେବେ । ଆସନ୍ତାକାଲି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି।
ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟ୍ୱିନ୍ ସିଟିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଗତକାଲି ଏଥିପାଇଁ କମିଶନରେଟ୍ ପୁଲିସ୍ ପକ୍ଷରୁ ଏକ କାରକେଡ୍ ରିହର୍ସାଲ ଅନୁଷ୍ଠିତ ହୋଇଥିଲା । ବ୍ଲୁ ବୁକ୍ ଗାଇଡଲାଇନ୍ ଅନୁସାରେ, ଉପରାଷ୍ଟ୍ରପତି କିଭଳି ଗନ୍ତବ୍ୟସ୍ଥଳକୁ ଯିବେ, ସେଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।
ଏନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ କହିଛନ୍ତି ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ଏହାବ୍ୟତୀତ ୧୩୦ ଅଫିସରଙ୍କୁ ନିୟୋଜିତ କରାଯାଇଛି।
The post ଆଜି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି appeared first on Odisha Reporter.
from Odisha Reporter https://ift.tt/2OcGwv8
No comments:
Post a Comment