ରାଜ୍ୟରେ ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ ୩୫୫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 9, 2021

ରାଜ୍ୟରେ ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ ୩୫୫

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଗତ ୨୪ ଘଣ୍ଟାରେ ୧୩୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ କରୋନାରେ ରାଜ୍ୟରେ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି।

୧୩୭୪ ଜଣଙ୍କ ମଧ୍ୟରୁ ୮୧୨ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୬୨ଟି ହେଉଛି ଲୋକାଲ୍ କେସ୍‌। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫୫ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୩ ଓ ନୂଆପଡ଼ା ଜିଲ୍ଲାରୁ ୧୩୫ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୩୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୭, ବରଗଡ଼ରୁ ୫୯, ଭଦ୍ରକରୁ ୩୦, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୨, କଟକରୁ ୫୧, ଦେବଗଡ଼ରୁ ୮, ଢେଙ୍କାନାଳ ୫, ଗଜପତିରୁ ୮, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୯, ଯାଜପୁରରୁ ୨୫, ଝାରସୁଗୁଡ଼ାରୁ ୫୨, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୨୪, କୋରାପୁଟରୁ ୮, ମୟୂରଭଞ୍ଜରୁ ୨୬, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୧୩, ପୁରୀରୁ ୪୪, ରାୟଗଡ଼ାରୁ ୪୭, ସମ୍ବଲପୁରରୁ ୭୭ ଓ ସୋନପୁରରୁ ୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି।

୧୩୭୪ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୮,୧୮୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୯,୨୦୦ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୭୦୦୩ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି ଆଉ ୨ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୨୬କୁ ବୃଦ୍ଧି ପାଇଛି। ବଲାଙ୍ଗୀର ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ବଲାଙ୍ଗୀରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୩ରେ ପହଞ୍ଚିଥିବା ବେଳେ କେନ୍ଦ୍ରାପଡ଼ାରେ ଏହି ସଂଖ୍ୟା ୨୯ ରହିଛି।

The post ରାଜ୍ୟରେ ୧୩୭୪ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ ୩୫୫ appeared first on Odisha Reporter.



from Odisha Reporter https://ift.tt/3mytBjU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages