ଦେଶରେ ଦିନକରେ ୧୩୪୧ ମୃତ, ୨ ଲକ୍ଷରୁ ଅଧିକ ସଂକ୍ରମିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 16, 2021

ଦେଶରେ ଦିନକରେ ୧୩୪୧ ମୃତ, ୨ ଲକ୍ଷରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ: ଦିନକୁ ଦିନ ବେକାବୁ ହେଉଛି ମହାମାରୀ କରୋନା। ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ଏହି କିଲର ଭାଇରସ। ଥମିବାର ନାଁ ନେଉନାହିଁ କରୋନା। ଗତ ୨୪ ଘଣ୍ଟାରେ ଦେଶରେ ପୁଣି ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଛି। ଦିନକରେ ଦେଶରେ ୧୩୪୧ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।

ସେହିପରି ୨ ଲକ୍ଷ ୩୪ ହଜାର ୬୯୨ ଜଣ ଆକ୍ରାନ୍ତ ହୋଇଛନ୍ତି, ଯାହା ଚଳିତ ବର୍ଷର ସର୍ବାଧିକ। ସେହିପରି ଗତ ୨୪ ଘଣ୍ଟାରେ ୧ ଲକ୍ଷ ୨୩ ହଜାର ୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜିର ନୂଆ ମାମଲାକୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୫ ଲକ୍ଷ ୨୬ ହଜାର ୬୦୯ରେ ପହଞ୍ଚିଛି। ସେହିପରି କରୋନା ଜନିତ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୫ ହଜାର ୬୪୯କୁ ବୃଦ୍ଧି ପାଇଛି।  ୧ କୋଟି ୨୬ ଲକ୍ଷ ୭୧ ହଜାର ୨୨୦ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ଦେଶରେ ୧୬ ଲକ୍ଷ ୭୯ ହଜାର ୭୪୦ଟି ଆକ୍ଟିଭ କେସ୍‌ ରହିଛି।

ସେହିପରି ଦେଶରେ ଟିକାକରଣ ମଧ୍ୟ ଜାରି ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦେଇଥିବା ତଥ୍ୟ ଅନୁସାରେ ଗତକାଲି ସନ୍ଧ୍ୟା ସୁଦ୍ଧା ୧୧ କୋଟି ୯୯ ଲକ୍ଷ ୩୭ ହଜାର ୬୪୧ ଜଣଙ୍କୁ ଟିକା ଦିଆ ସରିଛି।

The post ଦେଶରେ ଦିନକରେ ୧୩୪୧ ମୃତ, ୨ ଲକ୍ଷରୁ ଅଧିକ ସଂକ୍ରମିତ appeared first on Odisha Reporter.



from Odisha Reporter https://ift.tt/3n2sXM0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages