ନୂଆଦିଲ୍ଲୀ: ହସ୍ପିଟାଲରେ ଭର୍ତ୍ତି ହେଲେ କ୍ରିକେଟର ଭଗବାନ ତଥା ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର। ଏନେଇ ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ”ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି। ମୁଁ ଖୁବଶୀଘ୍ର ସୁସ୍ଥ ହୋଇ ହସ୍ପିଟାଲରୁ ଫେରିବି। ମୋ ଅରୋଗ୍ୟ କାମନା କରି ପ୍ରାର୍ଥନା କରୁଥିବାରୁ ଆପଣ ସମସ୍ତଙ୍କୁ ଧନ୍ୟବାଦ।”
ଏହି ଅବସରରେ ସଚିନ ଟିମ୍ ଇଣ୍ଡିଆର ବିଶ୍ୱକପ୍ ବିଜୟର ୧୦ମ ବାର୍ଷିକୀ ପାଇଁ ସବୁ ଭାରତୀୟ ସହିତ ଭାରତୀୟ କ୍ରିକେଟ ଟିମ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ସୂଚନା ଯୋଗ୍ୟ ଯେ, ନିକଟରେ ଇଣ୍ଡିଆ ଲିଜେଣ୍ଡ୍ସକୁ ରୋଡ ସେଫ୍ଟୀ ୱାର୍ଲ୍ଡ ସିରିଜ୍ରେ ଚାମ୍ପିୟନ ହେବା ପରେ ଗତ ୨୭ ତାରିଖରେ କରୋନାରେ ଆକ୍ରାନ୍ତ ହୋଇଥିଲେ ୪୭ ବର୍ଷୀୟ ସଚିନ୍। ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଥିଲେ। ଏଥିସହ ସେ ହୋମ କ୍ୱାରେଣ୍ଟାଇନରେ ରହି ଚିକିତ୍ସିତ ହେଉଥିଲେ।
Thank you for your wishes and prayers. As a matter of abundant precaution under medical advice, I have been hospitalised. I hope to be back home in a few days. Take care and stay safe everyone.
Wishing all Indians & my teammates on the 10th anniversary of our World Cup win.
— Sachin Tendulkar (@sachin_rt) April 2, 2021
The post ହସ୍ପିଟାଲରେ ଭର୍ତ୍ତି ହେଲେ ମାଷ୍ଟରବ୍ଲାଷ୍ଟର ସଚିନ appeared first on Odisha Reporter.
from Odisha Reporter https://ift.tt/39DGDaO
No comments:
Post a Comment