ଆକ୍ସନ ମୁଡରେ ବିଏମ୍‌ସି, ପୁଣି ସିଲ୍‌ କଲା ଏହି ମାର୍କେଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 29, 2021

ଆକ୍ସନ ମୁଡରେ ବିଏମ୍‌ସି, ପୁଣି ସିଲ୍‌ କଲା ଏହି ମାର୍କେଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନୟାପଲ୍ଲୀରେ ଥିବା ଆଇଡି ମାର୍କେଟ ୩ ଦିନ ପାଇଁ ବନ୍ଦ । କୋଭିଡ୍ ନିୟମ ଉଲ୍ଲଙ୍ଘନ ହେଉଥିବାରୁ BMC ଏହି କଡ଼ା ପଦକ୍ଷେପ ନେଇଛି । ଆଜିଠୁ ୨୪ ଘଣ୍ଟା ପାଇଁ ସିଲ୍ ହେଲା ଇନ୍ଦ୍ରଧନୁ ମାର୍କେଟ । ଏହା ପରେ ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ରହିଛି । ତେଣୁ ଲଗାତର ୩ ଦିନ ଧରି ବନ୍ଦ ରହିବ ଇନ୍ଦ୍ରଧନୁ ମାର୍କେଟ।

ଏହା ଆଗରୁ କୋଭିଡ୍ କଟକଣା ନିୟମ ଉଲ୍ଲଂଘନ ହେବାରୁ ଗତକାଲି ଭୁବନେଶ୍ୱର ଡମଣା ହାଟକୁ ସିଲ୍ କରିଥିଲା ବିଏମସି।  ୪୮ ଘଣ୍ଟା ଯାଏ ବିଏମସି ପକ୍ଷରୁ ଏହି କଟକଣା ଲଗାଯାଇଥିଲା । ହାଟ ସାରା ବୁଲି ସ୍ଥିତି ସମୀକ୍ଷା ପରେ ବିଏମସି ପକ୍ଷରୁ ୪୮ ଘଣ୍ଟା ପାଇଁ ହାଟକୁ ସିଲ୍ କରିବା ସହ ଲୋକଙ୍କୁ ସାମାଜିକ ଦୂରତା ଓ କୋଭିଡ୍ କଟକଣା ନିୟମକୁ ପାଳନ କରିବାକୁ କୁହାଯାଇଛି  ।

ରାଜଧାନୀର ବିଭିନ୍ନ ସ୍ଥାନରେ ବିଏମ୍‌ସିର ଟିମ୍ ଚଢ଼ାଉ କରି ଅନେକ ବ୍ୟବସାୟିକ ପ୍ରତିଷ୍ଠାନ ସବୁକୁ ସିଲ୍ କରୁଥିବା ଦେଖିବାକୁ ମିଳିଛି। ସହିଦ ନଗର ସ୍ଥିତ ରିଲାଏନ୍ସ ଟ୍ରେଣ୍ଡରେ କୋଭିଡ୍ କଟକଣା ନିୟମର ଉଲ୍ଲଂଘନ ହେଉ ଥିବାରୁ ତାକୁ ମଧ୍ୟ ଆଗାମୀ ୭ ଦିନ ପାଇଁ ସିଲ୍ କରାଯାଇଛି ।

The post ଆକ୍ସନ ମୁଡରେ ବିଏମ୍‌ସି, ପୁଣି ସିଲ୍‌ କଲା ଏହି ମାର୍କେଟ appeared first on Odisha Reporter.



from Odisha Reporter https://ift.tt/3t6xdew

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages