ରାଜ୍ୟରେ ୧୩୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ପୁଣି ୩୦୦ ଉପରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 10, 2021

ରାଜ୍ୟରେ ୧୩୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ପୁଣି ୩୦୦ ଉପରେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୩୭୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୦୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୭୧ଟି ହେଉଛି ସ୍ଥାନୀୟ କେସ୍‌।

ଗତକାଲି ଭଳି ସୁନ୍ଦରଗଡ଼ ଜିଲ୍ଲାରେ ଆଜି ବି ସର୍ବାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରୁ ଗତ ୨୪ ଘଣ୍ଟାରେ ୩୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୧୫୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଜିଲ୍ଲାରୁ ୯୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୩, ବରଗଡ଼ରୁ ୬୮, ଭଦ୍ରକରୁ ୩୬, ବଲାଙ୍ଗିରରୁ ୫୪, ବୌଦ୍ଧରୁ ଜଣେ, କଟକରୁ ୫୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୩୧, ଜଗତସିଂହପୁରରୁ ୬, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩୦, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୯, ନବରଙ୍ଗପୁରରୁ ୭୧, ନୟାଗଡ଼ରୁ ୧୮, ପୁରୀରୁ ୪୩, ରାୟଗଡ଼ାରୁ ୨୫, ସମ୍ବଲପୁରରୁ ୮୬ ଓ ସୋନପୁର ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୩୫ ଜଣ ଚିହ୍ନଟ ହୋଇଛନ୍ତି।

୧୩୭୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯,୫୬୧ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୩୯,୬୦୩ ଜଣ ସୁସ୍ଥ ହୋଇସାରିଛନ୍ତି। ୭୯୭୯ ଜଣ ଚିକିତ୍ସାଧୀନ ରହିଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ୧୯୨୬ରେ ପହଞ୍ଚିଛି।

 

The post ରାଜ୍ୟରେ ୧୩୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ପୁଣି ୩୦୦ ଉପରେ appeared first on Odisha Reporter.



from Odisha Reporter https://ift.tt/324QqT2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages