ରାଜ୍ୟରେ କରୋନା ତାଣ୍ଡବ; ଚିହ୍ନଟ ହେଲେ ୬୨୧୫ ପଜିଟିଭ୍, ପୁଣି ଆଗରେ ଖୋର୍ଦ୍ଧା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 22, 2021

ରାଜ୍ୟରେ କରୋନା ତାଣ୍ଡବ; ଚିହ୍ନଟ ହେଲେ ୬୨୧୫ ପଜିଟିଭ୍, ପୁଣି ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲାଗି ରହିଛି କରୋନା ବିଭିଷିକା। ଗତକାଲି ପରି ଆଜି ବି ୬ ହଜାର ଉପରେ ରହିଛି ସଂକ୍ରମିତଙ୍କ ସଂଖ୍ୟା।  ଆଜି ୬୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗତକାଲି ପରି ଆଜି ବି ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା। ଏହି ଜିଲ୍ଲାରୁ ଆଜି ୯୫୦ ପଜିଟିଭ ଚିହ୍ନଟ ହୋଇଛନ୍ତି।

୬୨୧୫ ମଧ୍ୟରୁ କ୍ୱାରେଣ୍ଟିନରୁ ୩୬୦୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୨୬୧୧। ଏହାବ୍ୟତୀତ ସୁନ୍ଦରଗଡ଼ ଜିଲ୍ଲାରୁ ୬୮୪, କଳାହାଣ୍ଡିରୁ ୬୮୨, ନୂଆପଡ଼ା ଜିଲ୍ଲାରୁ ୪୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୪,୬୯୪ରେ ପହଞ୍ଚିଛି। ଆକ୍ଟିଭ୍‌ କେସ୍‌-୩୯,୧୧୭ ଥିବାବେଳେ ୩,୫୩,୫୫୧ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

The post ରାଜ୍ୟରେ କରୋନା ତାଣ୍ଡବ; ଚିହ୍ନଟ ହେଲେ ୬୨୧୫ ପଜିଟିଭ୍, ପୁଣି ଆଗରେ ଖୋର୍ଦ୍ଧା appeared first on Odisha Reporter.



from Odisha Reporter https://ift.tt/3xkIxaz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages