ଟିକା ପାଇଁ ଆଜିଠୁ ପଞ୍ଜୀକରଣ, ସ୍ଲଟ୍ କିନ୍ତୁ ମିଳିବ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 27, 2021

ଟିକା ପାଇଁ ଆଜିଠୁ ପଞ୍ଜୀକରଣ, ସ୍ଲଟ୍ କିନ୍ତୁ ମିଳିବ ନାହିଁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମେ ପହିଲାରୁ ଆରମ୍ଭ ହେବାକୁ ଯାଉଛି ତୃତୀୟ ପର୍ଯ୍ୟାୟ  ଟିକାକରଣ । ଏହି ପର୍ଯ୍ୟାୟରେ ୧୮ରୁ ୪୪ ବର୍ଷ ବୟସ୍କଙ୍କୁ ଟିକାକରଣ ଲକ୍ଷ୍ୟ ରଖାଯାଇଛି। ଏଥିନିମନ୍ତେ ଆଜିଠାରୁ ଅନ୍‌ଲାଇନ୍‌ରେ ଆରମ୍ଭ ହେବ ପଞ୍ଜୀକରଣ ।

ଏଥିପାଇଁ କୋଓ୍ୱିନ୍ ପୋର୍ଟାଲ୍ କିମ୍ବା ଆରୋଗ୍ୟ ସେତୁ ଆପ୍ ମାଧ୍ୟମରେ ପଞ୍ଜୀକରଣ କରାଯାଇପାରିବ ।  କୋ-ଓ୍ୱିନ୍ ପୋର୍ଟାଲରେ  ପଞ୍ଜୀକରଣ କରିବା ନିମନ୍ତେ ପ୍ରଥମେ cowin.gov.inକୁ ଯାଆନ୍ତୁ । ସେଠାରେ ରେଜିଷ୍ଟର୍ ବଟନ୍‌ରେ କ୍ଲିକ୍ କରି ନିଜର ମୋବାଇଲ୍ ନମ୍ବର ଦିଅନ୍ତୁ । ଏହାପରେ ଆପଣଙ୍କ ମୋବାଇଲକୁ ଏକ OTP ଯିବ । ସେହି OTPକୁ ପୋର୍ଟାଲରେ ଦେଇ ଭେରିଫାୟ ବଟନ୍‌ରେ କ୍ଲିକ୍ କରନ୍ତୁ।

ଏହାପରେ ଟିକା ପଞ୍ଜିକରଣ ପାଇଁ ଫର୍ମ ଆସିବ । ସେଠାରେ ମଗାଯାଇଥିବା ନାମ ଓ ବୟସ ଅାଦି ନିଜ ସଂପର୍କିତ ସମସ୍ତ ବିବରଣୀ ଲେଖନ୍ତୁ ଏବଂ ଫଟୋ ପରିଚୟ ପତ୍ର ଦିଅନ୍ତୁ । ଯଦି ଆପଣ ଅନ୍ୟ କୌଣସି ରୋଗରେ ଆକ୍ରାନ୍ତ ଅଛନ୍ତି, ସେ ସଂପର୍କରେ ସୂଚନା ଦିଅନ୍ତୁ।  ଏହାପରେ ତଳେ ଡାହାଣ ପଟେ ଥିବା ରେଜିଷ୍ଟର୍ ବଟନ୍‌ରେ କ୍ଲିକ୍ କରନ୍ତୁ ।  ଏଭଳି ଭାବେ ଆପଣ ଟିକା ନେବାକୁ ପଞ୍ଜିକୃତ ହୋଇସାରିବା ପରେ ଟିକା ନେବା ପାଇଁ ଇଚ୍ଛା ଅନୁସାରେ ତାରିଖ ଓ ସ୍ଥାନକୁ ବାଛନ୍ତୁ  । ଯଦି ଆପଣ ପରିବାରର ଅନ୍ୟ ସଦସ୍ୟଙ୍କ ନାଁ ପଞ୍ଜିକରଣ କରିବା ପାଇଁ ଚାହୁଁଛନ୍ତି, ତେବେ ଆଡ୍ ମୋର୍ ବଟନ୍‌ରେ କ୍ଲିକ୍ କରନ୍ତୁ।

ଟିକା ନେବା ପାଇଁ ପଞ୍ଜୀକରଣ ଆସନ୍ତା ୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବେଳେ  ଏବେ କିନ୍ତୁ ସ୍ଲଟ୍ ମିଳିବ ନାହିଁ । ଟିକା ଆସିବା ପରେ ପଞ୍ଜୀକୃତ ବ୍ୟକ୍ତିଙ୍କୁ ସ୍ଳଟ୍ ଆବଣ୍ଟନ କରାଯିବ । ଦୁଇ ଟିକା ଉତ୍ପାଦନ କଂପାନୀଠାରୁ ଟିକା ପହଞ୍ଚିବାରେ ବିଳମ୍ବ ହେବାର ଆଶଙ୍କା ଥିବାରୁ ଟିକାକରଣ ଡେରି ହୋଇପାରେ ବୋଲି କହିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ।

୩ କୋଟି ୭୭ ଡୋଜ୍ କୋଭିସିଲ୍ଡ ଓ ୧୦ ଲକ୍ଷ ୩୪ ହଜାର ଡୋଜ୍ କୋଭାକ୍ସିନ ଟିକା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅର୍ଡର ଦେଇସାରିଛି ।କିନ୍ତୁ ଟିକା କେବେ ମିଳିବ ତାହା ସ୍ପଷ୍ଟ ହୋଇନି।

The post ଟିକା ପାଇଁ ଆଜିଠୁ ପଞ୍ଜୀକରଣ, ସ୍ଲଟ୍ କିନ୍ତୁ ମିଳିବ ନାହିଁ appeared first on Odisha Reporter.



from Odisha Reporter https://ift.tt/32SI9Sm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages