ବାପା ହେଲେ ଚକୋଲେଟ ବୟ ବାବୁସାନ୍‌ ‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 6, 2021

ବାପା ହେଲେ ଚକୋଲେଟ ବୟ ବାବୁସାନ୍‌ ‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାପା ହେଲେ ଓଲିଉଡ ଇଣ୍ଡଷ୍ଟ୍ରିର ଲଭର ବୟ। ଓଡ଼ିଆ ଅଭିନେତା ତଥା ସୁପରଷ୍ଟାର ବାବୁ ସାନ୍ ମଙ୍ଗଳବାର ପୁତ୍ର ସନ୍ତାନର ବାପା ହୋଇଛନ୍ତି। ତାଙ୍କ ପତ୍ନୀ ତୃପ୍ତି ପଟିଆସ୍ଥିତ ଏକ ଘରୋଇ ହସ୍ପିଟାଲରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି ।

ଏନେଇ ସୋସିଆଲ୍‌ ମିଡିଆରେ ପୁଅର ଭିଡିଓ ଭାଇରାଲ୍‌ ହୋଇଥିଲା । ଏହି ଖବର ପ୍ରଚାରିତ ହେବା ପରେ ସାମାଜିକ ଗଣମାଧ୍ୟମରେ ଓଲିଉଡରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରୁ ବାବୁସାନ୍‌ଙ୍କ ପରିବାରକୁ ଶୁଭେଚ୍ଛାର ସୁଅ ଛୁଟିଛି ।

ଜଣେ ଓଲିଉଡ ପ୍ରଯୋଜକ ଏବଂ ଫିଲ୍ମ ପିଆର୍‌ଓ ଏନେଇ ସୂଚନା ଦେଇଛନ୍ତି। ଉଭୟେ ମା’ ଏବଂ ପୁଅ ସୁସ୍ଥ ଅଛନ୍ତି । ଦୁଇଦିନ ତଳେ ବାବୁସାନଙ୍କ ପତ୍ନୀ ତୃପ୍ତି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲା ବେଳେ, ଆସନ୍ତା ୨ଦିନ ମଧ୍ୟରେ ଡିସ୍‌ଚାର୍ଜ ହେବେ । କରୋନା କଟକଣା ଥିବାରୁ କେହି ହସ୍ପିଟାଲ୍‌ ଯାଇପାରିନାହାନ୍ତି କେବଳ ଫୋନ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ।

ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କୁ ତାଙ୍କ ପ୍ରଶଂସକମାନେ ଜେଜେ ହେଲେ ବୋଲି ଅଭିନନ୍ଦନ ଜଣାଇଥିବାବେଳେ ଅପରାଜିତା ପ୍ରିୟଦର୍ଶିନୀଙ୍କୁ ଜେଜେମା’ ବୋଲି ବହୁ ପ୍ରଶଂସକମାନେ ଶୁଭେଚ୍ଛା ଜଣାଇଛନ୍ତି । ତେବେ ବାବୁସାନ୍‌ଙ୍କ ପ୍ରଶଂସକମାନେ ଜୁନିଅର୍ ବାବୁସାନ୍‌ ବୋଲି ନବଜାତ ପୁତ୍ରକୁ ଆଶୀର୍ବାଦ କରିଛନ୍ତି । ଗତ ୨୦୧୪ ମସିହାରେ ବାନ୍ଧବୀ ତୃପ୍ତି ଶତପଥୀଙ୍କୁ ବାବୁସାନ ବିବାହ କରିଥିଲେ ।

The post ବାପା ହେଲେ ଚକୋଲେଟ ବୟ ବାବୁସାନ୍‌ ‌ appeared first on Odisha Reporter.



from Odisha Reporter https://ift.tt/2OsXaqH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages