ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ହଜାର ଟପିଲା, କେବଳ ସୁନ୍ଦରଗଡ଼ରୁ ୪୫୮ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 13, 2021

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ହଜାର ଟପିଲା, କେବଳ ସୁନ୍ଦରଗଡ଼ରୁ ୪୫୮ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟକୁ କରୋନା ଫେରିବା ପରେ ଆଜି ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ୨ ହଜାର ଅତିକ୍ରମ କରିଛି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୫୩ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୪୮, ବରଗଡ଼ରୁ ୧୨୦, କଟକରୁ ୧୧୭, ନବରଙ୍ଗପୁରରୁ ୧୦୪, ନୂଆପଡ଼ାରୁ ୧୦୪ ଓ ସମ୍ବଲପୁରରୁ ୧୨୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬୭, ଭଦ୍ରକରୁ ୨୮, ବଲାଙ୍ଗିରର ୯୩, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୫, ଗଜପତିରୁ ୩୧, ଗଞ୍ଜାମରୁ ୭୦, ଜଗତସିଂହପୁରରୁ ୩୫, ଯାଜପୁରରୁ ୫୨, ଝାରସୁଗୁଡ଼ାରୁ ୫୫, କଳାହାଣ୍ଡିରୁ ୩୪, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୫୫, କୋରାପୁଟରୁ ୧୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୬୦, ନୟାଗଡ଼ରୁ ୧୯, ପୁରୀରୁ ୭୦, ରାୟଗଡ଼ାରୁ ୨୭ ଓ ସୋନପୁରରୁ ୧୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୮୧ ଜଣ ଚିହ୍ନଟ ହୋଇଛନ୍ତି।

୨୨୬୭ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୫,୩୫୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୪୧,୧୨୩ ଜଣ ସୁସ୍ଥ ହୋଇସାରିଲେଣି। ୧୨,୨୪୪ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ୧୯୩୩ରେ ପହଞ୍ଚିଯାଇଛି।

ଗତ ୨୪ ଘଣ୍ଟାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମ, ବଲାଙ୍ଗୀର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫୦ରେ ପହଞ୍ଚିଥିବା ବେଳେ ବଲାଙ୍ଗୀରରେ ୪୫ ଓ ଯାଜପୁରରେ ୨୬ ହୋଇଛି।

ସୂଚନାଯୋଗ୍ୟ, ଗତ ଦୁଇ ଦିନ ଧରି ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭ ଶହ ଉପରେ ରହିଥିଲା।

The post ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ହଜାର ଟପିଲା, କେବଳ ସୁନ୍ଦରଗଡ଼ରୁ ୪୫୮ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3tjx8oR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages