ରାଜ୍ୟରେ ୩୧୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 16, 2021

ରାଜ୍ୟରେ ୩୧୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ୩ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୧୪୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୩୨୧ଟି ହେଉଛି ଲୋକାଲ୍ କେସ୍‌।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୨୩ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୯୭, ନୂଆପଡ଼ାରୁ ୩୯୫, ବରଗଡ଼ରୁ ୧୫୬, କଟକରୁ ୧୪୦, ଝାରସୁଗୁଡ଼ାରୁ ୧୧୯, ପୁରୀରୁ ୧୨୯, କେନ୍ଦୁଝରରୁ ୧୨୮ ଓ ସମ୍ବଲପୁରରୁ ୧୪୯ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ଭଦ୍ରକରୁ ୫୧, ବଲାଙ୍ଗିରରୁ ୯୨, ବୌଦ୍ଧରୁ ୭, ଦେବଗଡ଼ରୁ ୨୧, ଢେଙ୍କାନାଳରୁ ଜଣେଳ ଗଜପତିରୁ ୬୭, ଗଞ୍ଜାମରୁ ୪୪, ଜଗତସିଂହପୁରରୁ ୧୮, ଯାଜପୁରରୁ ୭୬, କଳାହାଣ୍ଡିରୁ ୫୩, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ାରୁ ୧୫, କୋରାପୁଟରୁ ୧୮, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୬୮, ନବରଙ୍ଗପୁରରୁ ୯୬, ନୟାଗଡ଼ରୁ ୨୯, ରାୟଗଡ଼ାରୁ ୪୪ ଓ ସୋନପୁରୁ ୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ୩୧୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ appeared first on Odisha Reporter.



from Odisha Reporter https://ift.tt/3gioAeo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages