୨୪ ଘଣ୍ଟାରେ ୩.୩୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 22, 2021

୨୪ ଘଣ୍ଟାରେ ୩.୩୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ପୁଣିଥରେ ଦେଶରେ କରୋନା ସଂକ୍ରମଣ ସମସ୍ତ ପୁରୁଣା ରେକର୍ଡ ଭାଙ୍ଗିଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୩.୩୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏହି ସୂଚନା ଦେଇଛି। ଏହି ସମସ୍ତ ଆକ୍ରାନ୍ତ ଗୁରୁବାର ହୋଇଥିବା କରୋନା ଟେଷ୍ଟରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୩ ଲକ୍ଷ ୩୨ ହଜାର ୭୩୦ ଜଣ ନୂଆ ମାମଲା ସାମ୍ନାକୁ ଆସିଛି। ସେହିପରି ଏହି ଅବଧି ମଧ୍ୟରେ ୨ ହଜାର ୨୬୩ ଲୋକ ପ୍ରାଣ ହରାଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୯୩ ​​ହଜାର ୨୭୯ ଜଣଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬୨ ଲକ୍ଷ ୬୩ ହଜାର ୬୯୫କୁ ବୃଦ୍ଧି ପାଇଛି।

ସେହିପରି ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୬ ହଜାର ୯୨୦ କୁ ବୃଦ୍ଧି ପାଇଛି। ଏବେ ସାରା ଦେଶରେ ୨୪ ଲକ୍ଷ ୨୮ ହଜାର ୬୧୬ ଜଣ କରୋନାରେ ଚିକିତ୍ସାଧୀନ ରହିଛନ୍ତି। ସାରା ଦେଶରେ ଏଯାବତ ୧ କୋଟି ୩୬ ଲକ୍ଷ ୪୮ ହଜାର ୧୫୯ ଜଣ ଆରୋଗ୍ୟ ହୋଇଛନ୍ତି।

କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଆଉ ଏହାକୁ ରୋକିବା ପାଇଁ ସରକାର ଟିକାକରଣକୁ ମଧ୍ୟ ଜୋରଦାର କରୁଛନ୍ତି। ସରକାରଙ୍କ ସୂଚନା ଅନୁଯାୟୀ ଏଯାବତ ୧୩ କୋଟି ୫୪ ଲକ୍ଷ ୭୮ ହଜାର ୪୨୦ ଜଣ କରୋନା ଟିକା ନେଇଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଜାରି କରିଥିବା ରିପୋର୍ଟ ଅନୁଯାୟୀ ୩,୧୪,୮୩୫ ଜଣ କରୋନାରେ ସଂକ୍ରମିତ  ହୋଇଥିବା ବେଳେ ୨,୦୧୪ ଜଣ ମୃତ୍ୟୁ ବରଣ କରିଥିଲେ

The post ୨୪ ଘଣ୍ଟାରେ ୩.୩୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3gBFPHA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages