ପୁଣି ୧୭ଶହ ଟପିଲା, ନୂଆପଡ଼ାରେ ୩୦୦ରୁ ଅଧିକ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 12, 2021

ପୁଣି ୧୭ଶହ ଟପିଲା, ନୂଆପଡ଼ାରେ ୩୦୦ରୁ ଅଧିକ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୩୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୭୪୯ଟି ହେଉଛି ଲୋକାଲ କେସ୍‌। ନୂଆପଡ଼ାରେ ସର୍ବାଧିକ ୩୦୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ଆକ୍ରାନ୍ତଙ୍କ ହୋଇ ଆଉ ୨ ଜଣଙ୍କର ମୃତ୍ୟୁ ଘଟିଛି।

ସୁନ୍ଦରଗଡ଼ ଜିଲ୍ଲାରୁ ୨୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୦୧, ସମ୍ବଲପୁରରୁ ୧୧୪, ବଲାଙ୍ଗୀରରୁ ୯୧ ଓ ଗଞ୍ଜାମ ଜିଲ୍ଲାରୁ ୮୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭୨, ବରଗଡ଼ରୁ ୮୭, ଭଦ୍ରକରୁ ୩୦, ବୌଦ୍ଧରୁ ୪, କଟକରୁ ୫୯, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୨, ଗଜପତିରୁ ୧୬, ଜଗତସିଂହପୁରରୁ ୭, ଯାଜପୁରରୁ ୩୩, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୬୮, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ାରୁ ୧୮, କେନ୍ଦୁଝରରୁ ୫୪, କୋରାପୁଟରୁ ୧୦, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୭, ନବରଙ୍ଗପୁରରୁ ୬୭, ନୟାଗଡ଼ରୁ ୧୪, ପୁରୀରୁ ୫୩, ରାୟଗଡ଼ାରୁ ୨୫ ଓ ସୋନପୁର ଜିଲ୍ଲାରୁ ୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି।

୧୭୮୪ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୩,୦୮୬ରେ ପହଞ୍ଚିଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୪୦,୬୦୦ ଜଣ ସୁସ୍ଥ ହୋଇସାରିଛନ୍ତି। ୧୦,୫୦୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ମୃତ୍ୟୁ ସଂଖ୍ୟା ବଢ଼ିଲା
କରୋନାରେ ଆକ୍ରାନ୍ତ ହୋଇ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୩୦ରେ ପହଞ୍ଚିଯାଇଛି। ଏହି ଦୁଇ ମୃତକଙ୍କ ମଧ୍ୟରୁ ଜଣେ ଭଦ୍ରକର ଓ ଅନ୍ୟ ଜଣେ ବଲାଙ୍ଗିରର। ଏହା ସହିତ ଭଦ୍ରକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬କୁ ବଢ଼ିଥିବା ବେଳେ ବଲାଙ୍ଗିରରେ ଏହା ୪୪ ହୋଇଛି।

The post ପୁଣି ୧୭ଶହ ଟପିଲା, ନୂଆପଡ଼ାରେ ୩୦୦ରୁ ଅଧିକ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3mEIMbw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages