ମା’ ହେଲା ମେଘା, କୋଳକୁ ଆସିଲେ ୩ ଶାବକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 13, 2021

ମା’ ହେଲା ମେଘା, କୋଳକୁ ଆସିଲେ ୩ ଶାବକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନକୁ ଆସିଲେ ୩ ନୂଆ ଅତିଥି। ନନ୍ଦନକାନନରେ ଥିବା ବାଘୁଣୀ ମେଘା ୩ ଟି ଛୁଆ ଜନ୍ମ ଦେଇଛି । ମଙ୍ଗଳବାର ରାତିରେ ଏହି ଶାବକମାନେ ଜନ୍ମ ନେଇଥିବା ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ମହାବଳ ବାଘ ନନ୍ଦନ ସହ ମିଳନରେ ଏହି ଶାବକମାନେ ଜନ୍ମ ନେଇଛନ୍ତି।

ବାଘଛୁଆଙ୍କୁ ବର୍ତ୍ତମାନ ସିସିଟିଭି ମାଧ୍ୟମରେ ଅନୁଧ୍ୟାନ କରାଯାଉଛି । ବାଘୁଣୀ ମେଘା ଓ ଶାବକମାନେ ସୁସ୍ଥ ଥିବା ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ନୂଆ ଅତିଥିଙ୍କ ଆଗମନ ସହ ପ୍ରାଣୀ ଉଦ୍ୟାନରେ ବାଘ ସଂଖ୍ୟା ୩୦ରେ ପହଁଚିଛି ।

ଏହାପୂର୍ବରୁ ଗତ ମାସ ୨୮ ତାରିଖରେ ବାଘୁଣୀ ବିଜୟା ତିନିଟି ଶାବକ ଜନ୍ମ ଦେଇଥିଲା  । ବର୍ତ୍ତମାନ ନନ୍ଦନକାନନରେ ୭ଟି ଧଳା ବାଘ, ୪ଟି କଳା ବାଘ ବା ମେଲାନିଷ୍ଟିକ୍ ବାଘ ଓ ୧୩ଟି ବଡ ମହାବଳ ବାଘ ଅଛନ୍ତି  । ମେଘା ମା’ ହେବା ପରେ ନନ୍ଦନକାନନ କର୍ମଚାରୀଙ୍କ ମଧ୍ୟରେ ଖୁସି ଖେଳିଯାଇଛି।

The post ମା’ ହେଲା ମେଘା, କୋଳକୁ ଆସିଲେ ୩ ଶାବକ appeared first on Odisha Reporter.



from Odisha Reporter https://ift.tt/3aaYhCR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages