ରାଜ୍ୟରେ ୭ ଜଣଙ୍କୁ ଖାଇଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 21, 2021

ରାଜ୍ୟରେ ୭ ଜଣଙ୍କୁ ଖାଇଲା କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନକୁ ଦିନ ଭୟଙ୍କର ହେଉଛି କରୋନାର ଦ୍ୱିତୀୟ ଲହର। ରାଜ୍ୟରେ ପଜିଟିଭ୍‌ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଆଜି ରାଜ୍ୟରେ କରୋନାରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି । ସେମାନଙ୍କ ମଧ୍ୟରେ ଗଂଜାମରୁ ୨ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୧, ରାୟଗଡ଼ାର ୨ ଜଣ ଅଛନ୍ତି।

ଗତକାଲି ରାଜ୍ୟରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୯୬୫ରେ ପହଞ୍ଚିଛି। ସେପଟେ ଗତକାଲି ୪, ୮୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ତାହା ଲମ୍ବ ଡିଆଁ ମାରି ୬ ହଜାର ପାର୍‌ କରିଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ ଦୈନିକ ୬୧୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା। ଏହି ଜିଲ୍ଲାରୁ ଆଜି ସର୍ବାଧିକ ୧୧୩୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅନୁଗୁଳରୁ  ୧୩୬, ବାଲେଶ୍ୱରରୁ ୭୮, ବରଗଡ଼ରୁ ୨୩୬, ଭଦ୍ରକରୁ ୭୧, ବଲାଙ୍ଗିରରୁ ୨୨୬, ବୌଦ୍ଧରୁ ୩୮, କଟକରୁ ୩୬୦, ଦେବଗଡ଼ରୁ ୩୧, ଢେଙ୍କାନାଳରୁ ୧୭, ଗଜପତିରୁ ୫୫, ଗଞ୍ଜାମରୁ ୧୩୫, ଜଗତସିଂହପୁରରୁ ୬୩, ଯାଜପୁରରୁ ୧୫୪ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡ଼ାରୁ ୩୫୫,  କଳାହାଣ୍ଡିରୁ ୪୫୨, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୪୮, କେନ୍ଦୁଝରରୁ ୨୦୫,  କୋରାପୁଟରୁ ୪୫, ମାଲକାନଗିରିରୁ ୧୬, ମୟୂରଭଞ୍ଜରୁ ୧୩୬ ପଜିଟିଭ ବାହାରିଛନ୍ତି।

ନବରଙ୍ଗପୁରରୁ ୨୦୭, ନୟାଗଡ଼ରୁ ୯୯, ନୂଆପଡ଼ାରୁ ୪୫୯, ପୁରୀରୁ ୨୮୬, ରାୟଗଡ଼ାରୁ ୧୦୫, ସମ୍ବଲପୁରରୁ ୨୨୯, ସୋନପୁରରୁ ୯୯, ସୁନ୍ଦରଗଡ଼ରୁ ୪୨୭,  ଷ୍ଟେଟପୁଲରୁ ୨୪୧ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଚିହ୍ନଟ ହୋଇଥିବା ୬୧୬୪ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୫୭୫ ବାହାରିଥିବା ବେଳେ ଲୋକାଲ କେସ୍‌ ହେଉଛି ୨୫୮୯।ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୩୮୮୪୭୯ରେ ପହଞ୍ଚିଥିବା ବେଳେ ୩,୫୧୩୮୬ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ଆକ୍ଟିଭ କେସ୍‌ ୩,୫୦୭୫ରେ ପହଞ୍ଚିଛି।

The post ରାଜ୍ୟରେ ୭ ଜଣଙ୍କୁ ଖାଇଲା କରୋନା appeared first on Odisha Reporter.



from Odisha Reporter https://ift.tt/32F1xSZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages