କରୋନା ନେଲା ଆଉ ୪ ଜୀବନ, ୩ ଜଣ ପଶ୍ଚିମ ଓଡ଼ିଶାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 18, 2021

କରୋନା ନେଲା ଆଉ ୪ ଜୀବନ, ୩ ଜଣ ପଶ୍ଚିମ ଓଡ଼ିଶାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪,୪୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୪୮ରେ ପହଞ୍ଚିଛି।

୪ ମୃତକଙ୍କ ମଧ୍ୟରୁ ୩ ଜଣ ହେଉଛନ୍ତି ପଶ୍ଚିମ ଓଡ଼ିଶାର। ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଝାରସୁଗୁଡ଼ାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଆଉ ଜଣେ ମୃତକ କେନ୍ଦୁଝର ଜିଲ୍ଲାର।

ଆଉ ୨ ଜଣ ପ୍ରାଣ ହରାଇବା ପରେ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୭ରେ ପହଞ୍ଚି ଯାଇଛି। ସେହିପରି ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାରେ ଏହି ସଂଖ୍ୟା ଯଥାକ୍ରମେ ୨୮ ଓ ୩୮ ରହିଛି।

କରୋନାରେ ଏଯାବତ୍‌ ଖୋର୍ଦ୍ଧା ଜିଲ୍ଲାରେ ୩୪୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପଛକୁ ରହିଛି ଗଞ୍ଜାମ ଜିଲ୍ଲା। ଏହି ଜିଲ୍ଲାରେ ୨୫୧ ଜଣଙ୍କ ମୃତ୍ୟୁ ହୋଇଛି। କଟକ ଜିଲ୍ଲାରେ ୧୪୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀ ଜିଲ୍ଲାରେ ୧୧୯ ଜଣଙ୍କ ମୃତ୍ୟୁ ହୋଇଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୮୭, ନୂଆପଡ଼ାରୁ ୪୩୭, କଳାହାଣ୍ଡିରୁ ୨୭୩, କଟକରୁ ୨୫୧, ସମ୍ବଲପୁରରୁ ୨୪୧, ଝାରସୁଗୁଡ଼ାରୁ ୨୩୧ ଓ ପୁରୀରୁ ୨୧୯ ଜଣ ଚିହ୍ନଟ ହୋଇଛନ୍ତି।

The post କରୋନା ନେଲା ଆଉ ୪ ଜୀବନ, ୩ ଜଣ ପଶ୍ଚିମ ଓଡ଼ିଶାର appeared first on Odisha Reporter.



from Odisha Reporter https://ift.tt/3mXpiyS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages