ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, ଅତିଥିଙ୍କର ହେଲା RTPCR ଟେଷ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 2, 2021

ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, ଅତିଥିଙ୍କର ହେଲା RTPCR ଟେଷ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ  ଆଜି ଆୟୋଜିତ ହେବ।  ଏଥିରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମୁଖ୍ୟ ଅତିଥିଭାବେ ଯୋଗଦେବେ । ଏହି ଅବସରରେ ଦେଶର ୫ଜଣ ବ୍ୟକ୍ତିଙ୍କୁ ସମ୍ମାନସୂଚକ ଡକ୍ଟରେଟ  ଡିଗ୍ରୀ ଦିଆଯିବ  ।

ଚଳିତବର୍ଷ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଓଡିଶା ହାଇକୋର୍ଟର ବିଚାରପତି ସଞ୍ଜୁ ପଣ୍ଡା, ଭାବା ଆଟୋମିକ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡିଶା  ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ବିଜୟ କୁମାର ସାହୁଙ୍କୁ ଡକ୍ଟରେଟ  ଡିଗ୍ରୀ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି ।

ସମାବର୍ତ୍ତନ ଉତ୍ସବରେ କୋଭିଡ୍ ନିୟମାବଳୀ କଡାକଡି ପାଳନ କରାଯିବ ।  ଏଥିରେ ୫ଶହ ଜଣଙ୍କୁ ଅଂଶଗ୍ରହଣ ପାଇଁ ଅନୁମତି ମିଳିବ। ସମାବର୍ତ୍ତନ ଉତ୍ସବ ପୂର୍ବରୁ ଅଧ୍ୟାପକ, ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ RTPCR ଟେଷ୍ଟ କରାଯାଇଛି । କୋଭିଡ ନେଗେଟିଭ ରିପୋର୍ଟ ଥିବା ବ୍ୟକ୍ତି ହିଁ ଉତ୍ସବରେ ଯୋଗ ଦେଇପାରିବେ।

The post ଆଜି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, ଅତିଥିଙ୍କର ହେଲା RTPCR ଟେଷ୍ଟ appeared first on Odisha Reporter.



from Odisha Reporter https://ift.tt/3sOworw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages