ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 16, 2021

ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ହୋଇଯାଇଛି। ତାଙ୍କ ଝିଅ ଅନ୍ୱେଷା ମହାନ୍ତି ଏହି ସୂଚନା ଦେଇଛନ୍ତି।

କରୋନାରେ ଆକ୍ରାନ୍ତ ହୋଇଥିଲେ ଅମରେନ୍ଦ୍ର ମହାନ୍ତି। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ସେ ଚିକିତ୍ସାଧୀନ ଥିଲେ। ଅବସ୍ଥା ଗୁରୁତର ହେବାରୁ ୩ ଦିନ ପାଇଁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ତେବେ ଆଜି ତାଙ୍କର ମୃତ୍ୟୁ ହୋଇଯାଇଛି।

ଅନ୍ୱେଷା କହିଛନ୍ତି ଯେ ତାଙ୍କ ବାପା ଏପ୍ରିଲ ୨୪ ତାରିଖରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଜ୍ୱର ଆସିବା ପରେ ସେ ଟେଷ୍ଟ କରାଇଥିଲେ। ତା’ପରେ ଘରେ ଆଇସୋଲେସନରେ ରହି ଔଷଧ ଖାଉଥିଲେ। କିନ୍ତୁ ଜ୍ୱର ନ ଛାଡ଼ିବାରୁ ମେ’ ୩ ତାରିଖରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତିନି ଦିନ ତାଙ୍କୁ ଭେଣ୍ଟିଲେଟରରେ ରଖା ଯାଇଥିଲା। ଭେଣ୍ଟିଲେଟରରୁ ବାହାରିବା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଥିଲା। ତେବେ ଗତକାଲି ଠାରୁ ପୁଣି ତାଙ୍କ ଅବସ୍ଥା ବିଗିଡ଼ି ଯାଇଥିଲା। ଆଉ ଆଜି ଭୋର ପ୍ରାୟ ୫ଟା ବେଳେ ତାଙ୍କର ପରଲୋକ ହୋଇଯାଇଥିବା ନେଇ ଆମକୁ ସୂଚନା ମିଳିଥିଲା।

ବହୁ ଲୋକପ୍ରିୟ ଓଡ଼ିଆ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। କୋଭିଡ୍ ନିୟମ ଅନୁଯାୟୀ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯିବ ବୋଲି ଜଣାପଡ଼ିଛି।

The post ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/3ygwADa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages