ରେକର୍ଡ ଭାଙ୍ଗିଲା ମହାମାରୀ, ରାଜ୍ୟରେ ୧୨,୩୯୦ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରେ ୨ ହଜାର ପାର୍‌ କଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 13, 2021

ରେକର୍ଡ ଭାଙ୍ଗିଲା ମହାମାରୀ, ରାଜ୍ୟରେ ୧୨,୩୯୦ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରେ ୨ ହଜାର ପାର୍‌ କଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପୁଣି ଥରେ ରାଜ୍ୟରେ ରେକର୍ଡ ଭାଙ୍ଗିଛି ମହାମାରୀ। ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ୧୨,୩୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୬୯୩୮ ଚିହ୍ନଟ ହୋଇଥିବା ବେଳେ ୫୪୫୨ ହେଉଛି ଲୋକାଲ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧୯, ଅନୁଗୁଳରୁ ୫୩୨,ବରଗଡ଼ରୁ ୫୦୭ ବାଲେଶ୍ୱରରୁ ୩୪୦, ଭଦ୍ରକରୁ ୪୧୨ ଓ ବଲାଙ୍ଗିରରୁ ୪୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୟୂରଭଞ୍ଜରୁ ୪୮୦ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୪୬୯, ବଲାଙ୍ଗିରରୁ ୪୬୧, ଯାଜପୁରରୁ ୪୩୬, ଝାରସୁଗୁଡ଼ାରୁ ୪୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୫,୮୮,୬୮୭ରେ ପହଞ୍ଚିଥିବା ବେଳେ ୪,୮୨,୩୪୫ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ଆକ୍ଟିଭ କେସ୍‌ ୧୦୪୦୧୬ ରହିଛି।

The post ରେକର୍ଡ ଭାଙ୍ଗିଲା ମହାମାରୀ, ରାଜ୍ୟରେ ୧୨,୩୯୦ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରେ ୨ ହଜାର ପାର୍‌ କଲା appeared first on Odisha Reporter.



from Odisha Reporter https://ift.tt/33DSJNI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages