ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ରାସ୍ତାରେ ବସିଲେ ପରିବାର ଲୋକେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 2, 2021

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ରାସ୍ତାରେ ବସିଲେ ପରିବାର ଲୋକେ

ରାଉରକେଲା (ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ ଜିଲ୍ଲା ପାନପୋଷରେ ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ କରି ଉତ୍ତ୍ୟକ୍ତ ଲୋକେ ଗାନ୍ଧୀ ଛକରେ ରାସ୍ତା ଅବରୋଧ କରିଥିଲେ। ଫଳରେ ୧୪୩ ନମ୍ବର ଜାତୀୟ ରାଜପଥରେ ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଗାଡ଼ି ଅଟକି ରହିଥିଲେ। ସ୍ଥାନୀୟ ପୁଲିସ୍ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା।

ସୂଚନା ଅନୁଯାୟୀ, ଗତକାଲି ରାତିରେ ପାନପୋଷ ସ୍ଥିତ ଉକ୍ତ ଘରୋଇ ହସ୍‌ପିଟାଲ୍‌ରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ଚିକିତ୍ସାରେ ଅବହେଳା ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ନେଇ ତାଙ୍କ ପରିବାର ଲୋକେ ଓ ସଂପର୍କୀୟମାନେ ଅଭିଯୋଗ କରିଥିଲେ। କେବଳ ସେତିକି ନୁହେଁ, ହସ୍‌ପିଟାଲ୍ କର୍ମଚାରୀମାନେ ରୋଗୀଙ୍କ ସଂପର୍କୀୟମାନଙ୍କୁ ମାଡ଼ ମଧ୍ୟ ମାରିଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷରେ ଘଟଣା ସଂପର୍କରେ ଉକ୍ତ ମେଡିକାଲ୍ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

The post ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ରାସ୍ତାରେ ବସିଲେ ପରିବାର ଲୋକେ appeared first on Odisha Reporter.



from Odisha Reporter https://ift.tt/2RhpLAb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages