୧୦ ହଜାରରେ ଲାଗିଲା ବ୍ରେକ୍‌, ରାଜ୍ୟରେ ଦୈନିକ ସଂକ୍ରମଣ ୯ ହଜାରକୁ ଖସିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 10, 2021

୧୦ ହଜାରରେ ଲାଗିଲା ବ୍ରେକ୍‌, ରାଜ୍ୟରେ ଦୈନିକ ସଂକ୍ରମଣ ୯ ହଜାରକୁ ଖସିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲଗାତାର ୫ ଦିନ ଧରି ଦୈନିକ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିଥିବା ବେଳେ ଶେଷରେ ଏଥିରେ ବ୍ରେକ୍ ଲାଗିଛି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୯,୭୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଆଉ ୧୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

୯୭୯୩ ନୂଆ ଆକ୍ରନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧୧ ଜଣ ଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧୮ ଜଣ ଅଛନ୍ତି।

କଟକ ଜିଲ୍ଲାରୁ ୬୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୫୨୬, ଝାରସୁଗୁଡ଼ାରୁ ୪୦୪, ନୂଆପଡ଼ାରୁ ୪୦୧, ଯାଜପୁରରୁ ୩୭୬, ସମ୍ବଲପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗିରରୁ ୩୪୨, ବାଲେଶ୍ୱରରୁ ୩୧୪, ନବରଙ୍ଗପୁରରୁ ୩୦୨, ଗଞ୍ଜାମରୁ ୨୭୬, ବରଗଡ଼ରୁ ୨୭୦, ନୟାଗଡ଼ରୁ ୨୫୪, କେନ୍ଦୁଝରରୁ ୨୪୪, କଳାହାଣ୍ଡିରୁ ୨୨୪, ମୟୂରଭଞ୍ଜରୁ ୧୯୯, ଜଗତସିଂହପୁରରୁ ୧୮୯, କୋରାପୁଟରୁ ୧୭୪, କେନ୍ଦ୍ରାପଡ଼ାରୁ ୧୫୮, ବୌଦ୍ଧରୁ ୧୫୨, ରାୟଗଡ଼ାରୁ ୧୪୮, ସୁବର୍ଣ୍ଣପୁରରୁ ୧୪୦, ଦେବଗଡ଼ରୁ ୧୨୫, ଗଜପତିରୁ ୧୧୧, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୧, ମାଲକାନଗିରିରୁ ୬୩ ଓ ଭଦ୍ରକ ଜିଲ୍ଲାରୁ ୫୨ ଜଣ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ ଆଉ ୧୮ ଜଣଙ୍କ ଜୀବନ ଯିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୧୫କୁ ବୃଦ୍ଧି ପାଇଛି।

The post ୧୦ ହଜାରରେ ଲାଗିଲା ବ୍ରେକ୍‌, ରାଜ୍ୟରେ ଦୈନିକ ସଂକ୍ରମଣ ୯ ହଜାରକୁ ଖସିଲା appeared first on Odisha Reporter.



from Odisha Reporter https://ift.tt/3eD0XMp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages