ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ସ୍ୱାସ୍ଥ୍ୟ ସେବା ଯୋଗାଉଥିବା ଡାକ୍ତର, ନର୍ସ ଓ ପାରାମେଡିକ୍ ଷ୍ଟାଫଙ୍କ ପରିବାର ଲୋକଙ୍କୁ କରୋନା ଟିକା ଦିଆଯିବ। ଏଥିପାଇଁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।
ସ୍ୱାସ୍ଥ୍ୟ କର୍ମୀଙ୍କ ପରିବାର ଲୋକଙ୍କୁ ଟିକା ଦେବା ଲାଗି ବ୍ୟବସ୍ଥା କରିବାକୁ ସବୁ ଜିଲ୍ଲାପାଳ, ମହାନଗର ନିଗମ କମିଶନର ଓ ସିଡିଏମ୍ଓ ମାନଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଏସିଏସ୍।
ଚିଠିରେ କୁହାଯାଇଛି ଯେ ନିଜ ନିଜ ଜିଲ୍ଲା ଓ ମହାନଗର ନିଗମ ଅଞ୍ଚଳରେ ସ୍ୱାସ୍ଥ୍ୟ କର୍ମୀଙ୍କ ପରିବାର ଲୋକଙ୍କୁ ଟିକା ଦିଆଯିବ।
ରୋଗୀଙ୍କ ସେବା କରୁଥିବା ସ୍ୱାସ୍ଥ୍ୟ କର୍ମୀଙ୍କ ସଂସ୍ପର୍ଶରେ ତାଙ୍କ ପରିବାର ଲୋକେ ମଧ୍ୟ ଆସନ୍ତି। ତେଣୁ ସେମାନେ ବି ସଂକ୍ରମିତ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସେମାନଙ୍କୁ ଟିକା ଦେବାକୁ ସ୍ୱାସ୍ଥ୍ୟ ବିଭାଗ ଏସିଏସ୍ ଚିଠି ଲେଖିଛନ୍ତି।
ଚଳିତ ବର୍ଷ ଜାନୁଆରୀ ୧୬ ତାରିଖ ଠାରୁ ରାଜ୍ୟରେ ସ୍ୱାସ୍ଥ୍ୟ କର୍ମୀମାନଙ୍କ ପାଇଁ ଟିକାକରଣ ଆରମ୍ଭ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୫ ପ୍ରତିଶତ ସ୍ୱାସ୍ଥ୍ୟ କର୍ମୀ ଟିକା ନେଇ ସାରିଛନ୍ତି ବୋଲି ଏହି ଚିଠିରେ ଉଲ୍ଲେଖ ରହିଛି।
The post ଡାକ୍ତର, ନର୍ସଙ୍କ ପରିବାର ଲୋକଙ୍କୁ ଦିଆଯିବ ଟିକା appeared first on Odisha Reporter.
from Odisha Reporter https://ift.tt/3hz1zV6
No comments:
Post a Comment