ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧାରୁ ୭, ଅନୁଗୁଳ, ଝାରସୁଗୁଡ଼ା, କଳାହାଣ୍ଡିରୁ ୪ ଲେଖାଏଁ ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଓ ସୁବର୍ଣ୍ଣପୁରରୁ ୩ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୨ ଲେଖାଏଁ, ଦେବଗଡ଼, ଯାଜପୁର, କନ୍ଧମାଳ, କୋରାପୁଟରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି। ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ସେହିପରି ରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୯୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୧୭୮ ଚିହ୍ନଟ ହୋଇଥିବରା ବେଳେ ଲୋକାଲ କେସ୍ ହେଉଛି ୪୭୬୧।
ଖୋର୍ଦ୍ଧାରୁ ସର୍ବାଧିକ ୧୨୯୮ ପଜିଟିଭ ଚିହ୍ନଟ ହୋଇଛନ୍ତି। କଟକରୁ ୯୨୨, ଅନୁଗୁଳ- ୮୧୯, ଢେଙ୍କାନାଳ-୭୬୩, ମୟୂରଭଞ୍ଜ- ୬୦୪, ଯାଜପୁର- ୫୪୧, ସୁନ୍ଦରଗଡ଼- ୫୧୨, ବୌଦ୍ଧ- ୩୮୫, ବାଲେଶ୍ୱର- ୩୬୧ ଓ କେନ୍ଦ୍ରାପଡ଼ାରୁ ୩୨୩ ଜଣ ଚିହ୍ନଟ ହୋଇଛନ୍ତି।
The post ଆଜି ରାଜ୍ୟରେ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ appeared first on Odisha Reporter.
from Odisha Reporter https://ift.tt/2Sqbd1C
No comments:
Post a Comment