ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ସାମ୍ବାଦିକ ତଥା ରାଜନୀତିକ ସମୀକ୍ଷକ ବସନ୍ତ ଦାସଙ୍କର ପରଲୋକ ହୋଇଯାଇଛି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ବେଳେ ଶୁକ୍ରବାର (ଗତକାଲି) ରାତିରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ତାଙ୍କ ପୁଅ ଚନ୍ଦନ ଦାସ ସୂଚନା ଦେଇଛନ୍ତି।
ମେ’ ୧୬ରେ ବସନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ତା’ପରେ ସେ ହୋମ୍ କ୍ୱାରେଣ୍ଟାଇନ୍ରେ ଥିଲେ। ତେବେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତିନି ଦିନ ଧରି ଚିକିତ୍ସାଧୀନ ଥିବା ବେଳେ ଗତକାଲି ରାତି ୧୧ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।
ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ତାଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ ଅର୍ଜନ କରିଥିଲେ। ଅର୍ଦ୍ଧଶତାବ୍ଦୀରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତିରେ ସକ୍ରିୟ ରହିଥିଲେ। ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
The post କରୋନାରେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ପରଲୋକ appeared first on Odisha Reporter.
from Odisha Reporter https://ift.tt/2SBjSyr
No comments:
Post a Comment