ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଟିକା କିଣିବା ଲାଗି ରାଜ୍ୟ ସରକାରଙ୍କ ପ୍ରସ୍ତାବିତ ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା ଘୁଞ୍ଚିଲା। ଆଜି ସରିବାକୁ ଥିବା ଏହି ପ୍ରକ୍ରିୟାକୁ ଗୋଟିଏ ସପ୍ତାହ ପାଇଁ ଅର୍ଥାତ୍ ଆସନ୍ତା ଜୁନ୍ ୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।
ବଜାରରୁ ଟିକା କିଣିବା ଲାଗି ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର ଆହ୍ୱାନ କରିଥିଲେ। ଏଥିରେ ବିଦେଶର ଅନେକ ଟିକା ଉତ୍ପାଦନକାରୀ କଂପାନୀ ଅଂଶଗ୍ରହଣ କରିଥିଲେ। ଆଜି ପୂର୍ବାହ୍ନ ୧୧ଟାରେ ଟେକ୍ନିକାଲ୍ ବିଡ୍ ଖୋଲାଯିବାର ଥିଲା। ଏହା ପରେ ଫାଇନାନ୍ସିଆଲ୍ ବିଡ୍ ଖୋଲା ଯାଇଥା’ନ୍ତା। ହେଲେ ସରକାରଙ୍କ ପକ୍ଷରୁ ଏହାକୁ ଆଉ ୭ ଦିନ ପାଇଁ ଘୁଞ୍ଚାଇ ଦିଆଯାଇଛି।
ଦେଶରେ ଉତ୍ପାଦନ ହେଉଥିବା ଟିକା କୋଭାକ୍ସିନ ଓ କୋଭିସିଲ୍ଡ ଉପଯୁକ୍ତ ପରିମାଣର ମିଳି ପାରୁନଥିବାରୁ ଗ୍ଲୋବାଲ୍ ଟେଣ୍ଡର ଜରିଆରେ ରାଜ୍ୟ ସରକାର ଟିକା କିଣି ଲୋକଙ୍କୁ ଦେବା ଲାଗି ଯୋଜନା କରିଛନ୍ତି। ଏହାସହ ଅଧିକ କଂପାନିକୁ ଆକୃଷ୍ଟ କରିବାକୁ ନିକଟରେ ଟେଣ୍ଡରର କେତେକ ସର୍ତ୍ତରେ ପରିବର୍ତ୍ତନ ମଧ୍ୟ କରାଯାଇଥିଲା। ରାଜ୍ୟ ସରକାର ନିଜ ଖର୍ଚ୍ଚରେ ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ ଟିକା ଦେବେ ବୋଲି ଘୋଷଣା କରିଛନ୍ତି। ଏମାନଙ୍କ ସଂଖ୍ୟା ପ୍ରାୟ ୨ କୋଟି ହୋଇପାରେ।
The post ସପ୍ତାହେ ଘୁଞ୍ଚିଲା ଟିକା ଟେଣ୍ଡର ପ୍ରକ୍ରିୟା appeared first on Odisha Reporter.
from Odisha Reporter https://ift.tt/3uoAW8d
No comments:
Post a Comment