ପୁଣି ୧୯ ଜଣଙ୍କ ଜୀବନ ଗଲା, ରାଜ୍ୟରେ ୨୩ ଶହ ଅତିକ୍ରମ କଲା କରୋନା ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 15, 2021

ପୁଣି ୧୯ ଜଣଙ୍କ ଜୀବନ ଗଲା, ରାଜ୍ୟରେ ୨୩ ଶହ ଅତିକ୍ରମ କଲା କରୋନା ମୃତ୍ୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୧୩ରେ ପହଞ୍ଚି ଯାଇଛି।

୧୦ଟି ଜିଲ୍ଲାରୁ ଏହି ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଅଛନ୍ତି। ସେହିପରି ଅନୁଗୋଳ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ନୂଆପଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁଙ୍କ ଜୀବନ ନେଇ କରୋନା।

ଆଉ ୪ଟି ମୃତ୍ୟୁ ମାମଲା ସହିତ ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୮କୁ ବୃଦ୍ଧି ପାଇଛି, ଯାହା ରାଜ୍ୟରେ ସର୍ବାଧିକ। ଅନୁଗୋଳ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬୨କୁ ବୃଦ୍ଧି ପାଇଥିବା ବେଳେ ରାୟଗଡ଼ାରେ ୮୫, ନୂଆପଡ଼ାରେ ୪୦, ସୁନ୍ଦରଗଡ଼ରେ ୨୨୩, ଗଜପତିରେ ୪୧, କେନ୍ଦ୍ରାପଡ଼ାରେ ୩୫, ନବରଙ୍ଗପୁରରେ ୧୬,ନୟାଗଡ଼ରେ ୪୭ ଓ ପୁରୀରେ ୧୪୨ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୭୩୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୧୦ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୭୦ ଓ ଅନୁଗୋଳ ଜିଲ୍ଲାରୁ ୭୦୦ ଜଣ ଅଛନ୍ତି।

The post ପୁଣି ୧୯ ଜଣଙ୍କ ଜୀବନ ଗଲା, ରାଜ୍ୟରେ ୨୩ ଶହ ଅତିକ୍ରମ କଲା କରୋନା ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3bushKu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages