ଦେଶରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 31, 2021

ଦେଶରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି । ତେବେ ଗଲା କିଛି ଦିନ ହେବ କରୋନା ମାମଲା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୧ଲକ୍ଷ ୨୭ ହଜାର ୫୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଯାହା ଗତ ଏପ୍ରିଲ ୧୦ ତାରିଖ ପରଠାରୁ ଅର୍ଥାତ୍ ୫୩ ଦିନ ମଧ୍ୟରେ ସର୍ବନିମ୍ନ ବୋଲି ଜଣାଯାଇଛି।

ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ସାମାନ୍ୟ ସୁଧାର ଆସିଛି । ଦିନକରେ ୨୭୯୫ ଜଣ କରୋନାରେ ଆକ୍ରାନ୍ତ ହୋଇ ଆଖିବୁଜିଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୫ ହଜାର ୨୮୭ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ଦେଇଥିବା ସୂଚନା ମୁତାବକ ନୂଆ ମାମଲାକୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ରା ୨ କୋଟି ୮୧ ଲକ୍ଷ ୭୫ ହଜାର ୪୪ରେ ପହଞ୍ଚିଛି । ଏବେ ଦେଶରେ ୧୮ ଲକ୍ଷ ୯୫ ହଜାର ୫୨୦ଟି ସକ୍ରିୟ ମାମଲା ଥିବାବେଳେ ସମୁଦାୟ ୨କୋଟି ୫୯ ଲକ୍ଷ ୪୭ ହଜାର ୬୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି | ଏଥି ସହିତ ଦେଶରେ ମୋଟ କୋଭିଡ୍‌ ମୃତକଙ୍କ ସଂଖ୍ୟା ୩,୩୧,୮୯୫ରେ ପହଞ୍ଚିଛି। ସେହିପରି ସମୁଦାୟ ୨୧ କୋଟି ୬୦ ଲକ୍ଷ ୪୬ ହଜାର ୬୩୮ ଜଣଙ୍କୁ ଟିକା ଦିଆଯାଇଛି |

The post ଦେଶରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ appeared first on Odisha Reporter.



from Odisha Reporter https://ift.tt/3c3KA9O

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages