ପ୍ରତାପ ଷଡ଼ଙ୍ଗୀଙ୍କ କାରକୁ ପିଟିଲା ଟ୍ରାକ୍ଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 9, 2021

ପ୍ରତାପ ଷଡ଼ଙ୍ଗୀଙ୍କ କାରକୁ ପିଟିଲା ଟ୍ରାକ୍ଟର

ନୀଳଗିରି(ଓଡ଼ିଶା ରିପୋର୍ଟର) କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସାମାନ୍ୟ ଆହତ ହୋଇଛନ୍ତି।  ବାଲେଶ୍ୱର ନୀଳଗିରି ପୁଡ଼ାଶୁଳ ଛକରେ ଦୁର୍ଘଟଣା ଘଟିଛି । କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ସହ ଏକ ଟ୍ରାକ୍ଟରର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ଓ ତାଙ୍କର ପାଇଲଟ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି ।

ନୀଳଗିରି ମେଡିକାଲରେ ଉଭୟଙ୍କ ପ୍ରାଥମିକ ଚିକିତ୍ସା ପରେ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି । କେନ୍ଦ୍ରମନ୍ତ୍ରୀ ନୀଳଗିରି ବଢ଼େଇପଲା ଅଞ୍ଚଳକୁ ଜଣେ କିଡନୀ ରୋଗୀଙ୍କୁ ସହାୟତା ପାଇଁ ଯାଉଥିବା ବେଳେ ପୋଡ଼ାଶୋଳ ନିକଟରେ ଏକ ଟ୍ରାକ୍ଟର ତାଙ୍କ ଗାଡିକୁ ଧକ୍କା ଦେଇଥିଲା । ଏଥିରେ ମନ୍ତ୍ରୀଙ୍କ ଗାଡ଼ିର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଛି । କେନ୍ଦ୍ରମନ୍ତ୍ରୀଙ୍କ ମୁହଁ, ନାକ, ଓ ବାମ ଗୋଡ଼ରେ ଆଘାତ ଲାଗିଛି । ଟ୍ରାକ୍ଟର ଚାଳକକୁ ନୀଳଗିରି ପୁଲିସ ଅଟକ ରଖି ପଚରା ଉଚରା ଚଳାଇଛି ।

The post ପ୍ରତାପ ଷଡ଼ଙ୍ଗୀଙ୍କ କାରକୁ ପିଟିଲା ଟ୍ରାକ୍ଟର appeared first on Odisha Reporter.



from Odisha Reporter https://ift.tt/3uCYDug

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages