ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ୧୨ ହଜାର ଡେଇଁଲା, ଖୋର୍ଦ୍ଧାରୁ ସର୍ବାଧିକ ୧୮୪୨ ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 20, 2021

ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ୧୨ ହଜାର ଡେଇଁଲା, ଖୋର୍ଦ୍ଧାରୁ ସର୍ବାଧିକ ୧୮୪୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ମହାମାରୀ କରୋନାର ପ୍ରକୋପ ଥମିବାର ନାଁ ଧରୁନି। ଲକଡାଉନ ଓ ଶଟଡାଉନ ସତ୍ତ୍ୱେ କ୍ରମାଗତ ଭାବେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାର ଡେଇଁଛି।

ଗତ ୨୪ ଘଣ୍ଟାରେ ୧୨,୫୨୩ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଗତକାଲି ଏହି ସଂଖ୍ୟା ୧୧,୪୯୮ ରହିଥିଲା। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୦୧୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୫୧୧ ଜଣ ହେଉଛି ଲୋକାଲ୍ କେସ୍‌।

ଏଯାଏ ଓଡ଼ିଶାରେ ୬,୬୮,୪୨୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୫,୫୬,୫୦୧ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଆକ୍ଟିଭ କେସ୍‌ ସଂଖ୍ୟା ୧,୦୯,୪୩୮ ରହିଛି।

ସବୁଦିନ ଭଳି ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨୪ ଘଣ୍ଟା ମଧ୍ୟରେ ୧୮୪୨ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଗତକାଲି ଏଠାରୁ ୧୪୯୭ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। ଖୋର୍ଦ୍ଧା ପଛକୁ କଟକରୁ ୧୦୮୪, ଅନୁଗୋଳରୁ ୯୩୦ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲାରୁ ୫୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୧୫, ଭଦ୍ରକରୁ ୧୭୭, ବଲାଙ୍ଗିରରୁ ୨୯୬, ବୌଦ୍ଧରୁ ୩୬୫, ଦେବଗଡ଼ରୁ ୧୦୬, ଢେଙ୍କାନାଳରୁ ୧୩୨, ଗଜପତିରୁ ୫୩, ଗଞ୍ଜାମରୁ ୩୬୯, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୪୧୯, ଝାରସୁଗୁଡ଼ାରୁ ୩୭୩, କଳାହାଣ୍ଡିରୁ ୪୯୧, କନ୍ଧମାଳରୁ ୧୦୦, କେନ୍ଦ୍ରାପଡ଼ାରୁ ୧୯୫, କେନ୍ଦୁଝରରୁ ୨୩୨, କୋରାପୁଟରୁ ୨୩୩, ମାଲକାନଗିରିରୁ ୭୩, ମୟୂରଭଞ୍ଜରୁ ୫୪୬, ନବରଙ୍ଗପୁରରୁ ୩୮୩, ନୟାଗଡ଼ରୁ ୩୧୫, ନୂଆପଡ଼ାରୁ ୧୨୯, ପୁରୀରୁ ୫୬୮, ରାୟଗଡ଼ାରୁ ୩୨୧, ସମ୍ବଲପୁରରୁ ୪୦୦ ଓ ସୋନପୁର ଜିଲ୍ଲାରୁ ୨୦୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୩୨୪ ଜଣଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି।

The post ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ୧୨ ହଜାର ଡେଇଁଲା, ଖୋର୍ଦ୍ଧାରୁ ସର୍ବାଧିକ ୧୮୪୨ ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3yrtbBn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages