ବାୟୋ ବବଲ୍‌ ସୁରକ୍ଷା ବଳୟ ଭିତରେ ଚାଲିବ ରଥ ନିର୍ମାଣ କାର୍ଯ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 21, 2021

ବାୟୋ ବବଲ୍‌ ସୁରକ୍ଷା ବଳୟ ଭିତରେ ଚାଲିବ ରଥ ନିର୍ମାଣ କାର୍ଯ୍ୟ

ପୁରୀ (ଓଡ଼ିଶା ରିପୋର୍ଟର): ପୁରୀରେ ବାୟୋ ବବଲ୍ ସୁରକ୍ଷା ବଳୟ ଭିତରେ ଚାଲିବ ରଥ ନିର୍ମାଣ କାର୍ଯ୍ୟ। ରଥକାମରେ ନିୟୋଜିତ ସେବାୟତଙ୍କ ଭିତରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସନ।

ବାୟୋ-ବବଲ୍‌ର ଅର୍ଥ କିଛି ନିର୍ଦ୍ଦିଷ୍ଟ ଲୋକଙ୍କ ଚାରିପଟେ ଏଭଳି ଏକ ସୁରକ୍ଷିତ ବଳୟ ବା ଅଦୃଶ୍ୟ କବଚ ସୃଷ୍ଟି କରାଯିବ, ଯେଉଁଠିକୁ ସଂକ୍ରମଣ ଭେଦ କରିପାରିବ ନାହିଁ।

ଯେଉଁମାନେ ସେହି ବଳୟ ଭିତରେ ରହିବେ, ସେମାନଙ୍କୁ ଉଦ୍ଦିଷ୍ଟ ଏସ୍ଓପି ଗୁଡ଼ିକୁ କଡ଼ାକଡ଼ି ଅନୁସରଣ କରିବାକୁ ପଡ଼ିବ। ସେମାନେ ସଂକ୍ରମଣରୁ ବର୍ତ୍ତିବାକୁ ଘରକୁ ଯାଇପାରିବେନି। ସେହିପରି ପରିବାର ଲୋକ କିମ୍ବା ଅନ୍ୟ କାହାରି ସଂସ୍ପର୍ଶରେ ଆସିପାରିବେ ନାହିଁ।

ସୂଚନାଯୋଗ୍ୟ, ରଥଖଳାରେ ନିୟୋଜିତ ୮୮ ଜଣ ସେବାୟତଙ୍କ ଭିତରୁ ୮ ଜଣଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଜଣ ମହାରଣା ଓ ୫ ଜଣ ଭୋଇ ସେବାୟତ ଅଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

The post ବାୟୋ ବବଲ୍‌ ସୁରକ୍ଷା ବଳୟ ଭିତରେ ଚାଲିବ ରଥ ନିର୍ମାଣ କାର୍ଯ୍ୟ appeared first on Odisha Reporter.



from Odisha Reporter https://ift.tt/3ubsuZI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages