ରାଜ୍ୟରେ କରୋନାରେ ଗଲା ଆଉ ୩୭ ଜୀବନ, ପୁଣି ଅନୁଗୋଳରୁ ସର୍ବାଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 31, 2021

ରାଜ୍ୟରେ କରୋନାରେ ଗଲା ଆଉ ୩୭ ଜୀବନ, ପୁଣି ଅନୁଗୋଳରୁ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି।

୧୫ଟି ଜିଲ୍ଲାରୁ ଏହି ୩୭ ଜଣଙ୍କ ମୃତ୍ୟୁ ଖବର ଆସିଛି। ସେମାନଙ୍କ ମଧ୍ୟରେ ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ଆଜିର ରିପୋର୍ଟକୁ ମିଶାଇ ଲଗାତାର ୬ ଦିନ ହେଲାଣି ଏହି ଜିଲ୍ଲାରୁ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ଆସିଛି। ୬ ଦିନ ହେଲାଣି ଏଠାରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଜିଲ୍ଲାରେ ଏଯାବତ ୧୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଲାଣି।

ସେହିପରି ଏହି ୩୭ ମୃତକଙ୍କ ମଧ୍ୟରେ କଟକ ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ଥିବା ବେଳେ ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। କେନ୍ଦ୍ରାପଡ଼ା, ନୂଆପଡ଼ା, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗିର, ଗଜପତି, ଗଞ୍ଜାମ ଓ କୋରାପୁଟରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ବଲାଙ୍ଗିର ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି ପାଇଥିବା ବେଳେ କଟକରେ ୧୬୫, ଗଜପତିରେ ୫୮, ଗଞ୍ଜାମରେ ୨୮୪, ଝାରସୁଗୁଡ଼ାରେ ୫୪, କଳାହାଣ୍ଡିରେ ୧୧୬, କେନ୍ଦ୍ରାପଡ଼ାରେ ୫୦, ଖୋର୍ଦ୍ଧାରେ ୪୭୧, କୋରାପୁଟରେ ୪୨, ନବରଙ୍ଗପୁରରେ ୩୮, ନୂଆପଡ଼ାରେ ୫୮, ରାୟଗଡ଼ାରେ ୧୦୯, ସୁବର୍ଣ୍ଣପୁରରେ ୩୩ ଓ ସୁନ୍ଦରଗଡ଼ ଜିଲ୍ଲାରେ ୨୭୦କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭୩୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୮୯୨ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୮୪୩ଟି ହେଉଛି ଲୋକାଲ୍ କେସ୍‌। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିର୍ଲ୍ଲାରୁ ସର୍ବାଧିକ ୧୨୨୨ ଜଣ ଅଛନ୍ତି।

The post ରାଜ୍ୟରେ କରୋନାରେ ଗଲା ଆଉ ୩୭ ଜୀବନ, ପୁଣି ଅନୁଗୋଳରୁ ସର୍ବାଧିକ appeared first on Odisha Reporter.



from Odisha Reporter https://ift.tt/34CR2QW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages