ଜେଲ୍‌ରେ କରୋନା ବିସ୍ଫୋରଣ; ଏକାଥରେ ୪୮ ଅନ୍ତେବାସୀ ପଜିଟିଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 14, 2021

ଜେଲ୍‌ରେ କରୋନା ବିସ୍ଫୋରଣ; ଏକାଥରେ ୪୮ ଅନ୍ତେବାସୀ ପଜିଟିଭ

ବ୍ରହ୍ମପୁର(ଜଗନ୍ନାଥ ସାହୁ): ବ୍ରହ୍ମପୁର ଜେଲ୍‌ରେ ବେକାବୁ ହେଲାଣି କରୋନା।  ଜେଲ୍‌ର ୪୮ ଅନ୍ତବାସୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ବଢିଛି ଚିନ୍ତା । ଜେଲ୍‌ରେ ଜଣେ ଆଜୀବନ କଏଦୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କୁ ଚିକିତ୍ସା କରାଯାଇଥିଲା । ପରେ ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି ।

ତେବେ ବ୍ରହ୍ମପୁର ଜେଲରେ ୯ ଶହ ୨୭ ଜଣ ଅନ୍ତବାସୀ ମଧ୍ୟରୁ ୮୪  ଜଣଙ୍କ  ଟେଷ୍ଟ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୪୮ କଏଦୀଙ୍କ ରିପୋର୍ଟ ପଜିଟିଭ  ଆସିଛି। ସେମାନଙ୍କୁ ଜେଲ୍‌ ଭିତରେ ନୂତନ ଭାବେ ଖୋଲାଯାଇଥିବା ଶହେ ଶଯ୍ୟା ବିଶିଷ୍ଟ ଡେଡିକେଟେଡ୍ କୋଭିଡ୍ କେୟାର ସେଣ୍ଟରରେ ଚିକିତ୍ସା କରାଯାଉଛି । ଜେଲ୍‌ ମଧ୍ୟରେ ଏତେ ସଂଖ୍ୟାରେ ପଜିଟିଭ ବାହାରିବା ପରେ କର୍ତ୍ତୃପକ୍ଷ ଏବେ ଚିନ୍ତାରେ । ଅନ୍ୟ ଅନ୍ତେବାସୀ କେମିତି ସୁରକ୍ଷିତ ରହିବେ ସେ ଦିଗରେ ଧ୍ୟାନ ଦିଆଯାଉଥିବା ଜେଲ୍ କର୍ତ୍ତୃପକ୍ଷ କହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ଏବେ ଉପରମୁହାଁ ଥିବା ମହାମାରୀ ସବୁଦିନ ନୂଆ ରେକର୍ଡ କରୁଛି। ଆଜି ରାଜ୍ୟରେ ସର୍ବାଧିକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବି ସବୁଠୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ୧୨,୩୯୦ ଆକ୍ରାନ୍ତ ଚିହ୍ନଟ  ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨୨ ଛୁଇଁଛି।

ଗଞ୍ଜାମ ଜିଲ୍ଲାରେ ଆଜି ୩୮୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତକାଲି ଏହି ସଂଖ୍ୟା ୨୪୫ ଥିଲା।

The post ଜେଲ୍‌ରେ କରୋନା ବିସ୍ଫୋରଣ; ଏକାଥରେ ୪୮ ଅନ୍ତେବାସୀ ପଜିଟିଭ appeared first on Odisha Reporter.



from Odisha Reporter https://ift.tt/3y9lPT8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages