ପୁଣି ୧୦ ହଜାର ଡେଇଁଲା ସଂକ୍ରମଣ, ଖୋର୍ଦ୍ଧାରୁ ୧୪୭୭ ପଜିଟିଭ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 5, 2021

ପୁଣି ୧୦ ହଜାର ଡେଇଁଲା ସଂକ୍ରମଣ, ଖୋର୍ଦ୍ଧାରୁ ୧୪୭୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି  ୧୦ ହଜାର ଡେଇଁଲା ଦୈନିକ ସଂକ୍ରମଣ। ଗତ କିଛି ଦିନ ଧରି ୧୦ ହଜାର ତଳେ ରହୁଥିବା ପଜିଟିଭ ସଂଖ୍ୟା ଆଜି ପୁଣି ଥରେ ଲମ୍ବ ଡିଆଁ ମାରି ୧୦,୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୁନ୍ଦରଗଡ଼ରୁ ୧୧୮୬, କଟକରୁ ୯୬୩, କଳାହାଣ୍ଡିରୁ ୫୭୧, ବରଗଡ଼ରୁ ୫୪୩, ସମ୍ବଲପୁରରୁ ୪୬୦, ନବରଙ୍ଗପୁରରୁ ୪୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନୁଗୁଳରୁ ୩୮୮, ଯାଜପୁରରୁ ୩୭୩, ପୁରୀରୁ ୩୧୯, ବଲାଙ୍ଗିର ଓ ଝାରସୁଗୁଡ଼ାରୁ ୩୧୪ ଲେଖାଏଁ, ନୂଆପଡ଼ାରୁ ୩୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ ମୟୂରଭଞ୍ଜରୁ ୨୮୮, ଷ୍ଟେଟ୍ ପୁଲ୍‌ରୁ ୨୮୨, ବୌଦ୍ଧରୁ ୨୫୦, ନୟାଗଡ଼ରୁ ୨୨୪, ଜଗତସିଂହପୁରରୁ ୨୧୭, ଗଞ୍ଜାମରୁ ୧୯୬, କେନ୍ଦୁଝରରୁ ୧୯୪, କୋରାପୁଟରୁ ୧୮୨, ଭଦ୍ରକରୁ ୧୫୮, ରାୟଗଡ଼ାରୁ ୧୪୦, କେନ୍ଦ୍ରାପଡ଼ାରୁ ୧୨୧, ଗଜପତିରୁ ୧୧୩, ସୁବର୍ଣ୍ଣପୁରରୁ ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ

ଏହାବାଦ  ବାଲେଶ୍ୱରରୁ ୯୭, ଦେବଗଡ଼ ଓ ଢେଙ୍କାନାଳରୁ ୮୮ ଲେଖାଏଁ, ମାଲକାନଗିରିରୁ ୮୩, କନ୍ଧମାଳରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୬୨କୁ ବୃଦ୍ଧି ପାଇଛି।

The post ପୁଣି ୧୦ ହଜାର ଡେଇଁଲା ସଂକ୍ରମଣ, ଖୋର୍ଦ୍ଧାରୁ ୧୪୭୭ ପଜିଟିଭ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3xQ0gHa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages