ରଥଖଳାରେ ପଶିଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 20, 2021

ରଥଖଳାରେ ପଶିଲା କରୋନା

ପୁରୀ (ଓଡ଼ିଶା ରିପୋର୍ଟର): ପୁରୀରେ ରଥଖଳାରେ ପଶିଲା କରୋନା। ରଥ ନିର୍ମାଣରେ ନିୟୋଜିତ ୩ ମହାରଣା କୋଭିଡ୍ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୫ ଜଣ ଭୋଇ ସେବକ ମଧ୍ୟ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏହି ସୂଚନା ଦେଇଛନ୍ତି।

ତାଙ୍କ ସୂଚନା ଅନୁଯାୟୀ, କରୋନାର ଦ୍ୱିତୀୟ ୱେଭରେ ୨ ସେବାୟତ ଓ ୨ ପରିବାର ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଏଥିସହ ଜଣେ ଜେଟିପିଙ୍କର ମଧ୍ୟ କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି।

ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଥିବା ବେଳେ ପୁରୀ ଜିଲ୍ଲା ମଧ୍ୟ ଏଥିରୁ ବାଦ୍ ପଡ଼ିନି। ଲଗାତାର ବହୁତ ଦିନ ହେଲାଣି ଏହି ଜିଲ୍ଲାରେ ଦୈନିକ ପାଖାପାଖି ୪୦୦ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟାରେ ପୁରୀ ଜିଲ୍ଲାରୁ ୪୨୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୧୪୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଲାଣି।

ରାଜ୍ୟରେ ଦୈନିକ କରୋନ ସଂକ୍ରମଣ ସଂଖ୍ୟା ୧୦ ହଜାର ଉପରେ ରହୁଥିବା ବେଳେ ସରକାର ଲକ୍‌ଡାଉନ୍ ଅବଧିକୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି।

The post ରଥଖଳାରେ ପଶିଲା କରୋନା appeared first on Odisha Reporter.



from Odisha Reporter https://ift.tt/3uZZAwS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages