ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୦୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଏହି ରିପୋର୍ଟ ଆସିଛି। ଏହା ସହିତ ଲଗାତାର ୫ ଦିନ ହେଲା ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହିଛି।
୧୦,୦୩୧ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୨୯ ଜଣ ଅଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୮୨୪ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୨୦, ପୁରୀରୁ ୭୦୮, ଅନୁଗୋଳରୁ ୪୫୬, ବରଗଡ଼ରୁ ୪୫୦, କଳାହାଣ୍ଡିରୁ ୪୩୩, ଝାରସୁଗୁଡ଼ାରୁ ୪୧୮, ଯାଜପୁରରୁ ୩୨୮, ନୂଆପଡ଼ାରୁ ୩୧୧, ନବରଙ୍ଗପୁରରୁ ୩୦୬, ସମ୍ବଲପୁରରୁ ୩୦୨, ବଲାଙ୍ଗିରରୁ ୨୭୪,ନୟାଗଡ଼ରୁ ୨୬୯, ଭଦ୍ରକରୁ ୨୪୮, ବାଲେଶ୍ୱରରୁ ୨୩୦, ଢେଙ୍କାନାଳରୁ ୨୪୪, କେନ୍ଦ୍ରାପଡ଼ାରୁ ୨୪୩, ଗଞ୍ଜାମରୁ ୨୦୯, ମୟୂରଭଞ୍ଜରୁ ୨୦୭, ବୌଦ୍ଧରୁ ୧୮୩, ସୁବର୍ଣ୍ଣପୁରରୁ ୧୬୯, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୪୨, ରାୟଗଡ଼ାରୁ ୧୩୨, ଦେବଗଡ଼ରୁ ୧୧୮, ଜଗତସିଂହପୁରରୁ ୧୧୫, ଗଜପତିରୁ ୮୯, କନ୍ଧମାଳରୁ ୭୫ ଓ ମାଲକାନଗିରିରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୨୭୧ ଜଣ ଅଛନ୍ତି।
୧୦,୦୩୧ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୪,୮୭୩ରେ ପହଞ୍ଚି ଯାଇଛି।
ସୂଚନାଯୋଗ୍ୟ, ଶେଷଥର ପାଇଁ ମେ’ ୪ ତାରିଖରେ ୧୦ ହଜାରୁ କମ୍ (୯୮୮୯) ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ମେ’ ୫ ତାରିଖରେ ୧୦,୫୨୧ ଜଣ ଚିହ୍ନଟ ହୋଇଥିବା ବେଳେ ୬ ତାରିଖରେ ୧୨,୨୩୮, ୭ରେ ୧୧,୮୦୭ ଓ ୮ରେ ୧୦,୬୩୫ ଜଣ ଚିହ୍ନଟ ହୋଇଥିଲେ। ଆଉ ଗତ ୨୪ ଘଣ୍ଟାରେ ଅର୍ଥାତ୍ ମେ’ ୯ ତାରିଖରେ ରାଜ୍ୟରୁ ୧୦,୦୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି, ଯାହା ଗତ ୫ ଦିନରେ ସବୁଠୁ କମ୍।
The post ରାଜ୍ୟରେ ୫ ଦିନ ହେଲା ୧୦ ହଜାର ଉପରେ ରହୁଛି ଦୈନିକ କରୋନା ସଂକ୍ରମଣ appeared first on Odisha Reporter.
from Odisha Reporter https://ift.tt/3exLJrI
No comments:
Post a Comment