ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଝାରପଡ଼ା ଜେଲ୍ରେ ୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି କଏଦୀ ଓ ଜେଲ୍ ଷ୍ଟାଫ୍।
୧୯୫ ଜଣଙ୍କ ନମୂନା ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୬ ଜଣଙ୍କର ପଜିଟିଭ ବାହାରିଥିବା ଜେଲ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସେମାନଙ୍କୁ ଆଇସୋଲେସନରେ ରଖାଯାଇଛି। ଜେଲ୍ ଡାକ୍ତର ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି।
ଗତକାଲି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୯୬୧ଟି ହେଉଛି ଲୋକାଲ୍ କେସ୍। ଅନ୍ୟପକ୍ଷରେ ଆଜି ଆସିଥିବା ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରେ ୧୮୪୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଖବର ଲେଖାଯିବା ପର୍ଯ୍ୟନ୍ତ ସେମାନଙ୍କ ମଧ୍ୟରେ ଭୁବନେଶ୍ୱରରୁ କେତେ ଜଣ ଅଛନ୍ତି, ସେ ନେଇ ସୂଚନା ମିଳିନାହିଁ।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨,୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ରାଜ୍ୟରେ ଆଉ ୨୭ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୩୦ରେ ପହଞ୍ଚିଛି।
The post ଝାରପଡ଼ା ଜେଲ୍ରେ ୯୬ ଜଣଙ୍କୁ କରୋନା appeared first on Odisha Reporter.
from Odisha Reporter https://ift.tt/3oDdN0A
No comments:
Post a Comment