ଭୁବନେଶ୍ୱରରେ ପହଞ୍ଚିଲା ୨ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 7, 2021

ଭୁବନେଶ୍ୱରରେ ପହଞ୍ଚିଲା ୨ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରରେ ପହଞ୍ଚିଲା ୨ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା। ତେବେ ଏହି ଟିକା ୪୫ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବ।   ପ୍ରଥମ ଡୋଜ୍ ନେଇ ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ଏଥିରେ ପ୍ରାଥମିକତା ଦିଆଯିବ ବୋଲି କୁହାଯାଇଛି ।

ରାଜ୍ୟରେ ଟିକାର ଅଭାବ ଥିବାରୁ ବିଭିନ୍ନ କେନ୍ଦ୍ର ସମ୍ମୁଖରେ ଲୋକ ଘଣ୍ଟା ଘଣ୍ଟା ଛିଡ଼ା ହୋଇ ନିରାଶ ହୋଇ ଫେରୁଛନ୍ତି।  ଏପରି ସ୍ଥିତିରେ  ରାଜ୍ୟରେ ଟିକାକରଣ ସୁରୁଖୁରୁରେ ଚାଲୁ ରଖିବା ପାଇଁ ଆହୁରି  ୨ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା ଆସି ପହଞ୍ଚିଛି ।

ଅପରପକ୍ଷେ, ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ମଧ୍ୟ ଆରମ୍ଭ ହୋଇଛି । ହେଲେ ଟିକା ଅଭାବ ଯୋଗୁଁ କେତେକ ସ୍ଥାନରେ ତୃତୀୟ ପର୍ଯ୍ୟାୟ ଅର୍ଥାତ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯିବା ଆରମ୍ଭ ହୋଇପାରିନି।  ସେପଟେ ପ୍ରଥମ ଡୋଜ୍ ନେଇଥିବା ଲୋକେ ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷା କରିଥିଲେ ବି ଟିକା ନଥିବାରୁ ସମସ୍ୟା ଭୋଗୁଥିଲେ। ଏଣୁ ଆଜି ଅାସି ପହଞ୍ଚିଥିବା ଟିକାରେ ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ପ୍ରାଥମିକତା ଦିଆଯିବ ବୋଲି ସୂଚନା ମିଳିଛି।

The post ଭୁବନେଶ୍ୱରରେ ପହଞ୍ଚିଲା ୨ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା appeared first on Odisha Reporter.



from Odisha Reporter https://ift.tt/3bbT4LM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages