ରାଜ୍ୟରେ ପୁଣି ୧୦ ହଜାର ଉପରେ ପଜିଟିଭ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 12, 2021

ରାଜ୍ୟରେ ପୁଣି ୧୦ ହଜାର ଉପରେ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ୧୦ ହଜାର ଉପରେ ଚିହ୍ନଟ ହୋଇଛନ୍ତି ପଜିଟିଭ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ହଜାର ୬୪୯ ପଜିଟିଭ ଚିହ୍ନଟ ହୋଇଛନ୍ତି  । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୫୭ ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି।

କଟକ ଜିଲ୍ଲାରୁ ୨୪ ଘଣ୍ଟା ମଧ୍ୟରେ ୯୩୦ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ଏହାପରେ ରହିଛି ସୁନ୍ଦରଗଡ଼ ଜିଲ୍ଲା । ଏଠାରୁ ୭୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୫୫୭, ସମ୍ବଲପୁର ୪୯୪, ମୟୂରଭଂଜରୁ ୪୦୪,  ବରଗଡ଼ରୁ ୩୯୧, ଝାରସୁଗୁଡ଼ାରୁ ୩୬୮, ନୟାଗଡ଼ ୩୫୭, ପୁରୀରୁ ୩୩୫,  ନୂଆପଡ଼ାରୁ ୩୩୧ ଜଣ ଚିହ୍ନଟ ହୋଇଛନ୍ତି  । ଷ୍ଟେଟ୍ ପୁଲ୍‌ରୁ ୨୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  ।

ଏହାବ୍ୟତୀତ, ଯାଜପୁରରୁ ୩୦୭, ଜଗତସିଂହପୁରରୁ, ୨୭୮, କଳାହାଣ୍ଡିରୁ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୨୪୫, ବୌଦ୍ଧରୁ ୨୩୨, ଢ଼େଙ୍କାନାଳରୁ ୨୨୦, ଭଦ୍ରକରୁ ୨୧୬, ବଲାଙ୍ଗୀରରୁ ୧୯୮, ସୁବର୍ଣ୍ଣପୁରରୁ ୧୯୫, କେନ୍ଦ୍ରାପଡ଼ାରୁ ୧୮୫, କେନ୍ଦୁଝରରୁ ୧୭୫, କୋରାପୁଟରୁ ୧୬୪, ରାୟଗଡ଼ାରୁ ୧୬୩, ଦେବଗଡ଼ରୁ ୧୧୨, ଗଜପତିରୁ୧୦୪ କନ୍ଧମାଳରୁ ୬୯, ମାଲକାନଗିରିରୁ ୪୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭କୁ ବୃଦ୍ଧି ପାଇଛି।

The post ରାଜ୍ୟରେ ପୁଣି ୧୦ ହଜାର ଉପରେ ପଜିଟିଭ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3eHLA59

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages