ରଘୁନାଥଙ୍କ ପଛେ ପଛେ ଚାଲି ଗଲେ ପୁଅ ପ୍ରଶାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 18, 2021

ରଘୁନାଥଙ୍କ ପଛେ ପଛେ ଚାଲି ଗଲେ ପୁଅ ପ୍ରଶାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମେ’ ୯ ତାରିଖରେ କରୋନାରେ ଆଖି ବୁଜିଥିଲେ ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର। ଆଉ ୧୦ ଦିନ ପରେ ଆଜି ତାଙ୍କ ସାନ ପୁଅ ତଥା ପୂର୍ବତନ ରଣଜୀ କ୍ରିକେଟର ଏବଂ ବସିସିଆଇ ରେଫରୀ ପ୍ରଶାନ୍ତ ମହାପାତ୍ରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ପ୍ରଶାନ୍ତ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହା ପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିଲା। ଏପରିକି ତାଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ୍ ମଧ୍ୟ ଆସିଥିଲା। ସେଥିପାଇଁ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ଉତ୍ସାହିତ ଥିଲେ। ତେବେ ହଠାତ୍ ପୁଣି ଥରେ ତାଙ୍କ ଅବସ୍ଥା ଗୁରୁତର ହୋଇଗଲା। ତେଣୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଡାକ୍ତରମାନଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ଶେଷରେ ସେ ଆଜି ସକାଳେ ଆଖି ବୁଜି ଦେଇଥିଲେ।

ଭୁବନେଶ୍ୱର ଏମ୍ସର ସୁପରିଣ୍ଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତି କହିଛନ୍ତି, ଆମ ଟିମ୍‌ର ଶତଚେଷ୍ଟା ସତ୍ତ୍ୱେ ପ୍ରଶାନ୍ତ ବାବୁଙ୍କର ଆଜି ସକାଳ ୭ଟା ୫୧ରେ ଦେହାନ୍ତ ହୋଇଥିଲା। ତାଙ୍କ ବଡ଼ ଭାଇ ଯଶୋବନ୍ତ ମହାପାତ୍ର ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି।

ଶ୍ରୀ ମହାନ୍ତିଙ୍କ ସୂଚନା ଅନୁଯାୟୀ, ପ୍ରଶାନ୍ତଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଥିବାରୁ ତାଙ୍କ ମୃତଦେହକୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ସରକାରଙ୍କ କୋଭିଡ୍ ଗାଇଡ୍‌ଲାଇନ୍ ଅନୁସାରେ ଏହି ପ୍ରକ୍ରିୟା ସଂପନ୍ନ କରାଯିବ।

ସ୍ୱର୍ଗତ ରଘୁନାଥ ମହାପାତ୍ର ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ବି ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା। ତେବେ ମେ’ ୯ ତାରିଖ ଅପରାହ୍ଣ ୩ଟା ୪୯ ମିନିଟ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

The post ରଘୁନାଥଙ୍କ ପଛେ ପଛେ ଚାଲି ଗଲେ ପୁଅ ପ୍ରଶାନ୍ତ appeared first on Odisha Reporter.



from Odisha Reporter https://ift.tt/3hCob7e

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages