୭ ଜିଲ୍ଲାରୁ କରୋନା ନେଲା ୧୬ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୪ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 4, 2021

୭ ଜିଲ୍ଲାରୁ କରୋନା ନେଲା ୧୬ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୪

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି।

ଏହି ୧୬ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଅଛନ୍ତି। ସେହିପରି ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ଆଉ ୪ ଜଣ ପ୍ରାଣ ହରାଇବା ପରେ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୪କୁ ବୃଦ୍ଧି ପାଇଛି। ଏହା ସହିତ ଏଯାବତ ଖୋର୍ଦ୍ଧା ଜିଲ୍ଲାରେ ସବୁଠୁ ଅଧିକ ଲୋକଙ୍କର କରୋନାରେ ମୃତ୍ୟୁ ଘଟିଛି।

ସେହିପରି ଗଜପତିରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫ରେ ପହଞ୍ଚିଥିବା ବେଳେ କଳାହାଣ୍ଡିରେ ୪୬, ପୁରୀରେ ୧୨୮, ରାୟଗଡ଼ାରେ ୬୯, ସମ୍ବଳପୁରରେ ୮୨ ଓ ସୁନ୍ଦରଗଡ଼ରେ ୨୦୦ ହୋଇଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୮୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧ ଜଣ ଅଛନ୍ତି।

The post ୭ ଜିଲ୍ଲାରୁ କରୋନା ନେଲା ୧୬ ଜୀବନ, ଖୋର୍ଦ୍ଧାରୁ ସର୍ବାଧିକ ୪ appeared first on Odisha Reporter.



from Odisha Reporter https://ift.tt/2PTqjvU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages