ଭେଣ୍ଟିଲେଟରରେ ପ୍ରଦୀପ୍ତ ନାୟକ, ଅବସ୍ଥା ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 6, 2021

ଭେଣ୍ଟିଲେଟରରେ ପ୍ରଦୀପ୍ତ ନାୟକ, ଅବସ୍ଥା ଗୁରୁତର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବିରୋଧି ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି।

ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ପ୍ରଦୀପ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାର ୫ ଦିନ ପରେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ କିଛି ଦିନ ଠିକ୍‌ ରହିବା ପରେ ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାକୁ ଆରମ୍ଭ କଲା।

ପ୍ରଦୀପ୍ତଙ୍କ ଅକ୍ସିଜେନ ସ୍ତର ଓ ରକ୍ତଚାପ କ୍ରମଶଃ ହ୍ରାସ ପାଉଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି ।  ବିଜେପିର ବରିଷ୍ଠ ନେତାମାନେ  ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଗ୍ରାଫ୍‌ ଏବେ ଉପରମୁହାଁ ଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଡେଇଁଛି। ଆଜି କେବଳ ରାଜ୍ୟରୁ ୧୦,୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି।

The post ଭେଣ୍ଟିଲେଟରରେ ପ୍ରଦୀପ୍ତ ନାୟକ, ଅବସ୍ଥା ଗୁରୁତର appeared first on Odisha Reporter.



from Odisha Reporter https://ift.tt/33juJ27

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages