୯ ଜିଲ୍ଲାରୁ ୨୨ ଜଣଙ୍କ ଜୀବନ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 17, 2021

୯ ଜିଲ୍ଲାରୁ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାରେ ରାଜ୍ୟରେ ଆଉ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି।

୯ଟି ଜିଲ୍ଲାରୁ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ବୌଦ୍ଧ, କଳାହାଣ୍ଡି, ଖୋର୍ଦ୍ଧା, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ଯାଇଛି ଜଣଙ୍କ ଜୀବନ।

ନୂଆ ମୃତ୍ୟୁ ମାମଲା ଆସିବା ପରେ ବୌଦ୍ଧରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭ରେ ପହଞ୍ଚିଥିବା ବେଳେ କଳାହାଣ୍ଡିରେ ୬୯, ଖୋର୍ଦ୍ଧାରେ ୪୧୪, ନୂଆପଡ଼ାରେ ୪୬ ଓ ସୁନ୍ଦରଗଡ଼ରେ ୨୨୯କୁ ବୃଦ୍ଧି ପାଇଛି।

ସେହିପରି ଗଜପତିରେ ଏଯାବତ୍ ୪୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କୋରାପୁଟରେ ୨୬, ରାୟଗଡ଼ାରେ ୯୦ ଓ ବଲାଙ୍ଗିରରେ ୫୬ ଜଣଙ୍କ ଜୀବନ ଗଲାଣି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୩୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୬୬ ଜଣ ଅଛନ୍ତି।

The post ୯ ଜିଲ୍ଲାରୁ ୨୨ ଜଣଙ୍କ ଜୀବନ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/3eVXubW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages