ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ୟାସ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 23, 2021

ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ୟାସ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ। ଆଜି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଏହି ଆକଳନ କରାଯାଇଛି।

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଆଜି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ବାଲେଶ୍ୱର ପାଖରୁ ପାଖାପାଖି ୭୦୦ କିଲୋମିଟର ଦୂରରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବ ବୋଲି ଆମେ ପୂର୍ବାନୁମାନ କରିଛୁ। ତା’ପରେ ଏହା ଉତ୍ତର ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଅତି ପ୍ରବଳ ବାତ୍ୟାରେ ପରିଣତ ହେବ। ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳକୁ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବ। ଯେତେବେଳେ ଏହା ଉକପୂଳ ଅତିକ୍ରମ କରିବ ସେତେବେଳେ ପବନର ବେଗ ଘଣ୍ଟା ପ୍ରତି ୧୫୫ କି.ମିରୁ ୧୬୫ କି.ମି ରହିବ। ଅତିବେଶୀରେ ଘଣ୍ଟାପ୍ରତି ୧୮୫ କିମି ବେଗରେ ପବନ ହୋଇପାରେ।

ଶ୍ରୀ ମହାପାତ୍ର ଆହୁରି କହିଛନ୍ତି, ଏହି ବାତ୍ୟାର ପ୍ରଭାବରେ ୨୫ ତାରିଖ ସନ୍ଧ୍ୟାରୁ ଉତ୍ତର ଓଡ଼ିଶାର ଉପକୂଳ ଜିଲ୍ଲା ଓ ପଶ୍ଚିମବଙ୍ଗର ଉପକୂଳ ଜିଲ୍ଲା ସହିତ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହେବ। ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ବର୍ଷାର ପରିମାଣ ଧୀରେ ଧୀରେ ବଢ଼ିବ। ୨୬ ତାରିଖରେ ଉତ୍ତର ଓଡ଼ିଶାର ଜିଲ୍ଲାମାନଙ୍କରେ ସବୁଠୁ ଅଧିକ ବର୍ଷା ହେବ ଏବଂ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହିତ ଅଳ୍ପ କେତେକ ଜାଗାରେ ଅତ୍ୟନ୍ତ ପ୍ରବଳ ବର୍ଷା ଅର୍ଥାତ୍ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ।

ସେ କହିଛନ୍ତି, ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ରରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଆମେ ଆକଳନ କରିଛୁ। ୨୭ ତାରିଖରେ ଏହି ବର୍ଷାର ପରିମାଣ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ କମିଯିବ। କେବଳ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଆଇଏମ୍‌ଡି ଡିଜି କହିଛନ୍ତି, ୨୪ ତାରିଖ ସନ୍ଧ୍ୟା ପରେ ଓଡ଼ିଶା ଓ ପଶ୍ଚମବଙ୍ଗ ପକୂଳବର୍ତ୍ତୀ ଯେଉଁ ସମୁଦ୍ର ରହିଛି ସେଠାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ। ତାହା ଧୀରେ ଧୀରେ ବଢ଼ି ୨୬ ତାରିଖ ସନ୍ଧ୍ୟା ସମୟରେ ଯେତେବେଳେ ବାତ୍ୟା ଉପକୂଳ ଅତିକ୍ରମ କରିବ ଘଣ୍ଟାପ୍ରତି ୧୫୫ରୁ ୧୬୫ କିମି ରହିବ।  ଅତିବେଶୀରେ ଏହା ଘଣ୍ଟାପ୍ରତି ୧୮୫ କିମି ହୋଇପାରେ।

ଆଇଏମ୍‌ଡିର ଆକଳନ ଅନୁଯାୟୀ, ପବନର ବେଗ ଯାହା ସେଥିରେ ବଡ଼ ବଡ଼ ଗଛ ଉପୁଡ଼ିପାରେ। ଆଜବେଷ୍ଟସ, କଚ୍ଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ରହିଛି।
ପବନରେ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ିବା ସହ କ୍ଷତି ଘଟାଇବ।

The post ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ୟାସ’ appeared first on Odisha Reporter.



from Odisha Reporter https://ift.tt/2SkcyqG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages